ଗୀତସଂହିତା 71 : 1 (ORV)
ହେ ସଦାପ୍ରଭୋ, ମୁଁ ତୁମ୍ଭର ଶରଣ ନେଇଅଛି; ମୋତେ କେବେ ଲଜ୍ଜିତ ହେବାକୁ ଦିଅ ନାହିଁ ।
ଗୀତସଂହିତା 71 : 2 (ORV)
ତୁମ୍ଭ ଧର୍ମଗୁଣରେ ମୋତେ ଉଦ୍ଧାର କରି ରକ୍ଷା କର; ମୋʼ ପ୍ରତି ଆପଣା କର୍ଣ୍ଣ ଡେରି ମୋତେ ତ୍ରାଣ କର ।
ଗୀତସଂହିତା 71 : 3 (ORV)
ଯେଉଁଠାକୁ ମୁଁ ନିତ୍ୟ ଯାଇପାରେ, ତୁମ୍ଭେ ମୋʼ ପ୍ରତି ସେରୂପ ବସତିର ଶୈଳ ସ୍ଵରୂପ ହୁଅ; ତୁମ୍ଭେ ମୋତେ ପରିତ୍ରାଣ କରିବା ପାଇଁ ଆଜ୍ଞା ଦେଇଅଛ; କାରଣ ତୁମ୍ଭେ ମୋହର ଶୈଳ ଓ ମୋହର ଦୁର୍ଗ ।
ଗୀତସଂହିତା 71 : 4 (ORV)
ହେ ମୋହର ପରମେଶ୍ଵର, ଦୁଷ୍ଟଲୋକ ହସ୍ତରୁ, ଅନ୍ୟାୟକାରୀ ଓ ନିର୍ଦ୍ଦୟ ଲୋକ ହସ୍ତରୁ ମୋତେ ରକ୍ଷା କର ।
ଗୀତସଂହିତା 71 : 5 (ORV)
କାରଣ ହେ ପ୍ରଭୋ, ସଦାପ୍ରଭୋ, ତୁମ୍ଭେ ହିଁ ମୋହର ଭରସା; ମୋʼ ବାଲ୍ୟକାଳରୁ ତୁମ୍ଭେ ମୋହର ବିଶ୍ଵାସଭୂମି ।
ଗୀତସଂହିତା 71 : 6 (ORV)
ଗର୍ଭରୁ ତୁମ୍ଭ ଉପରେ ମୋହର ଭାର ଅଛି; ମାତାର ଉଦରରୁ ତୁମ୍ଭେ ହିଁ ମୋତେ ନେଇଅଛ; ତୁମ୍ଭ ବିଷୟରେ ନିତ୍ୟ ମୋହର ପ୍ରଶଂସା ହେବ ।
ଗୀତସଂହିତା 71 : 7 (ORV)
ମୁଁ ଅନେକଙ୍କ ପ୍ରତି ଆଶ୍ଚର୍ଯ୍ୟ ବିଷୟ ସ୍ଵରୂପ; ମାତ୍ର ତୁମ୍ଭେ ମୋହର ଦୃଢ଼ ଆଶ୍ରୟ ।
ଗୀତସଂହିତା 71 : 8 (ORV)
ମୋହର ମୁଖ ତୁମ୍ଭ ପ୍ରଶଂସାରେ ଓ ଦିନଯାକ ତୁମ୍ଭ ଗୌରବ ବର୍ଣ୍ଣନାରେ ପରିପୂର୍ଣ୍ଣ ହେବ ।
ଗୀତସଂହିତା 71 : 9 (ORV)
ବୃଦ୍ଧାବସ୍ଥାରେ ମୋତେ ପରିତ୍ୟାଗ କର ନାହିଁ; ମୋହର ବଳ କ୍ଷୀଣ ହେବା ସମୟରେ ମୋତେ ଛାଡ଼ ନାହିଁ ।
ଗୀତସଂହିତା 71 : 10 (ORV)
କାରଣ ମୋହର ଶତ୍ରୁଗଣ ମୋʼ ବିଷୟରେ କଥା କହନ୍ତି ଓ ମୋʼ ପ୍ରାଣ ପାଇଁ ଜଗିବା ଲୋକମାନେ ଏକତ୍ର ମନ୍ତ୍ରଣା କରି କହନ୍ତି ଯେ,
ଗୀତସଂହିତା 71 : 11 (ORV)
ପରମେଶ୍ଵର ତାହାକୁ ପରିତ୍ୟାଗ କରିଅଛନ୍ତି, ପଛେ ପଛେ ଗୋଡ଼ାଇ ତାହାକୁ ଧର; କାରଣ ଉଦ୍ଧାର କରିବାକୁ କେହି ନାହିଁ ।
ଗୀତସଂହିତା 71 : 12 (ORV)
ହେ ପରମେଶ୍ଵର, ମୋʼଠାରୁ ଦୂରବର୍ତ୍ତୀ ହୁଅ ନାହିଁ; ହେ ମୋହର ପରମେଶ୍ଵର, ମୋହର ସାହାଯ୍ୟ କରିବାକୁ ସତ୍ଵର ହୁଅ ।
ଗୀତସଂହିତା 71 : 13 (ORV)
ମୋʼ ପ୍ରାଣର ବିପକ୍ଷମାନେ ଲଜ୍ଜିତ ଓ ଉଚ୍ଛିନ୍ନ ହେଉନ୍ତୁ; ଯେଉଁମାନେ ମୋହର କ୍ଷତି ଚେଷ୍ଟା କରନ୍ତି, ସେମାନେ ନିନ୍ଦା ଓ ଅପମାନରେ ଆଚ୍ଛନ୍ନ ହେଉନ୍ତୁ ।
ଗୀତସଂହିତା 71 : 14 (ORV)
ମାତ୍ର ମୁଁ ନିରନ୍ତର ଭରସା କରିବି, ପୁଣି ଆହୁରି ଆହୁରି ତୁମ୍ଭର ପ୍ରଶଂସା କରିବି ।
ଗୀତସଂହିତା 71 : 15 (ORV)
ମୋହର ମୁଖ ଦିନଯାକ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ ।
ଗୀତସଂହିତା 71 : 16 (ORV)
ମୁଁ ପ୍ରଭୁ ସଦାପ୍ରଭୁଙ୍କ ପରାକ୍ରମର ସକଳ କ୍ରିୟା ସହିତ ଉପସ୍ଥିତ ହେବି । ମୁଁ ତୁମ୍ଭର, କେବଳ ତୁମ୍ଭର ଧର୍ମ ବିଷୟ ବର୍ଣ୍ଣନା କରିବି ।
ଗୀତସଂହିତା 71 : 17 (ORV)
ହେ ପରମେଶ୍ଵର, ତୁମ୍ଭେ ମୋତେ ବାଲ୍ୟକାଳ-ଠାରୁ ଶିକ୍ଷା ଦେଇ ଆସୁଅଛ; ପୁଣି, ମୁଁ ଏପର୍ଯ୍ୟନ୍ତ ତୁମ୍ଭର ଆଶ୍ଚର୍ଯ୍ୟ କ୍ରିୟାସବୁ ପ୍ରଚାର କରିଅଛି ।
ଗୀତସଂହିତା 71 : 18 (ORV)
ହେ ପରମେଶ୍ଵର, ମୁଁ ଆସନ୍ତା ପୁରୁଷ ନିକଟରେ ତୁମ୍ଭର ବାହୁବଳ, ପ୍ରତ୍ୟେକ ଭବିଷ୍ୟତ ଲୋକଙ୍କ ନିକଟରେ ତୁମ୍ଭର ପରାକ୍ରମ ପ୍ରଚାର କରିବା ପର୍ଯ୍ୟନ୍ତ, ବୃଦ୍ଧ ଓ ପକ୍ଵକେଶ ହେବା ସମୟରେ ହେଁ ମୋତେ ପରିତ୍ୟାଗ କର ନାହିଁ ।
ଗୀତସଂହିତା 71 : 19 (ORV)
ହେ ପରମେଶ୍ଵର, ମହତ କାର୍ଯ୍ୟମାନ ସାଧନ କରିଅଛ ଯେ ତୁମ୍ଭେ, ତୁମ୍ଭର ଧର୍ମ ଅତି ଉଚ୍ଚ; ହେ ପରମେଶ୍ଵର, ତୁମ୍ଭ ତୁଲ୍ୟ କିଏ ଅଛି?
ଗୀତସଂହିତା 71 : 20 (ORV)
ଆମ୍ଭମାନଙ୍କୁ ଅନେକ ଓ ଦାରୁଣ କ୍ଳେଶ ଦେଖାଇଅଛ ଯେ ତୁମ୍ଭେ, ତୁମ୍ଭେ ଆମ୍ଭମାନଙ୍କୁ ପୁନର୍ବାର ସଜୀବ କରିବ ଓ ପୃଥିବୀର ଗଭୀର ସ୍ଥାନରୁ ପୁନର୍ବାର ଉଠାଇ ଆଣିବ।
ଗୀତସଂହିତା 71 : 21 (ORV)
ତୁମ୍ଭେ ମୋହର ମହତ୍ତ୍ଵ ବଢ଼ାଅ ଓ ଫେରି ମୋତେ ସାନ୍ତ୍ଵନା ଦିଅ ।
ଗୀତସଂହିତା 71 : 22 (ORV)
ହେ ମୋହର ପରମେଶ୍ଵର, ମୁଁ ନେବଲ ଯନ୍ତ୍ରରେ, ମଧ୍ୟ ତୁମ୍ଭର, ଅର୍ଥାତ୍, ତୁମ୍ଭ ସତ୍ୟତାର ପ୍ରଶଂସା କରିବି; ହେ ଇସ୍ରାଏଲର ଧର୍ମ ସ୍ଵରୂପ, ମୁଁ ବୀଣା ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି ।
ଗୀତସଂହିତା 71 : 23 (ORV)
ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ଵାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ ।
ଗୀତସଂହିତା 71 : 24 (ORV)
ମୋହର ଜିହ୍ଵା ମଧ୍ୟ ଦିନଯାକ ତୁମ୍ଭ ଧର୍ମ ବିଷୟ କହିବ; କାରଣ ମୋହର ଅନିଷ୍ଟ ଚେଷ୍ଟାକାରୀମାନେ ଲଜ୍ଜିତ ଓ ହତାଶ ହୋଇଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24

BG:

Opacity:

Color:


Size:


Font: