ଗୀତସଂହିତା 75 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଏକ ଗୀତ; ଅଲ୍-ତଶ୍ହେତ୍ ସ୍ଵରରେ ଆସଫର ଗୀତ । ହେ ପରମେଶ୍ଵର, ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ; ଆମ୍ଭେମାନେ ତୁମ୍ଭଙ୍କୁ ଧନ୍ୟବାଦ ଦେଉଅଛୁ, କାରଣ ତୁମ୍ଭ ନାମ ନିକଟବର୍ତ୍ତୀ; ଲୋକମାନେ ତୁମ୍ଭର ଆଶ୍ଚର୍ଯ୍ୟକ୍ରିୟାସକଳ ବର୍ଣ୍ଣନା କରନ୍ତି ।
ଗୀତସଂହିତା 75 : 2 (ORV)
ଆମ୍ଭେ ନିରୂପିତ ସମୟ ପ୍ରାପ୍ତ ହେଲେ ଯଥାର୍ଥ ରୂପେ ବିଚାର କରିବା ।
ଗୀତସଂହିତା 75 : 3 (ORV)
ପୃଥିବୀ ଓ ତନ୍ନିବାସୀ ସମସ୍ତେ ତରଳି ଯାଉଅଛନ୍ତି; ଆମ୍ଭେ ତହିଁର ସ୍ତମ୍ଭସକଳ ସ୍ଥାପନ କରିଅଛୁ । [ସେଲା
ଗୀତସଂହିତା 75 : 4 (ORV)
ଆମ୍ଭେ ଗର୍ବୀକି କହିଲୁ, ଗର୍ବାଚରଣ କର ନାହିଁ; ଆମ୍ଭେ ଦୁଷ୍ଟକୁ କହିଲୁ, ଶୃଙ୍ଗ ଉଠାଅ ନାହିଁ;
ଗୀତସଂହିତା 75 : 5 (ORV)
ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ଵକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ ।
ଗୀତସଂହିତା 75 : 6 (ORV)
କାରଣ ପୂର୍ବ ଦିଗରୁ, କି ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ ।
ଗୀତସଂହିତା 75 : 7 (ORV)
ମାତ୍ର ପରମେଶ୍ଵର ବିଚାରକର୍ତ୍ତା ଅଟନ୍ତି; ସେ ଏକକୁ ଅବନତ ଓ ଅନ୍ୟକୁ ଉନ୍ନତ କରନ୍ତି ।
ଗୀତସଂହିତା 75 : 8 (ORV)
ଯେହେତୁ ସଦାପ୍ରଭୁଙ୍କ ହସ୍ତରେ ଏକ ପାନପାତ୍ର ଅଛି ଓ ଦ୍ରାକ୍ଷାରସରୁ ଫେଣ ବାହାରୁ ଅଛି; ତାହା ମିଶ୍ରିତ ଦ୍ରବ୍ୟରେ ପୂର୍ଣ୍ଣ ଓ ସେ ତହିଁରୁ ଢାଳି ଦିଅନ୍ତି; ନିଶ୍ଚୟ ପୃଥିବୀର ଦୁଷ୍ଟଲୋକ ସମସ୍ତେ ତହିଁର ଖାଦ ନିଗାଡ଼ି ପିଇବେ ।
ଗୀତସଂହିତା 75 : 9 (ORV)
ମାତ୍ର ମୁଁ ସଦାକାଳ ପ୍ରଚାର କରିବି, ମୁଁ ଯାକୁବର ପରମେଶ୍ଵରଙ୍କର ପ୍ରଶଂସା ଗାନ କରିବି ।
ଗୀତସଂହିତା 75 : 10 (ORV)
ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା । ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ ।

1 2 3 4 5 6 7 8 9 10