ଗୀତସଂହିତା 78 : 1 (ORV)
ଆସଫର ମସ୍କୀଲ୍ । ହେ ମୋହର ଲୋକମାନେ, ମୋହର ବ୍ୟବସ୍ଥା ଶୁଣ; ମୋʼ ମୁଖର ବାକ୍ୟରେ କର୍ଣ୍ଣପାତ କର ।
ଗୀତସଂହିତା 78 : 2 (ORV)
ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
ଗୀତସଂହିତା 78 : 3 (ORV)
ଆମ୍ଭେମାନେ ତାହାସବୁ ଶୁଣି ଜାଣିଅଛୁ ଓ ଆମ୍ଭମାନଙ୍କ ପିତୃଗଣ ଆମ୍ଭମାନଙ୍କୁ ଜଣାଇଅଛନ୍ତି ।
ଗୀତସଂହିତା 78 : 4 (ORV)
ଆମ୍ଭେମାନେ ତାହାସବୁ ସେମାନଙ୍କ ସନ୍ତାନଗଣ-ଠାରୁ ଗୁପ୍ତ ରଖିବା ନାହିଁ, ଆସନ୍ତା ପୁରୁଷ ନିକଟରେ ସଦାପ୍ରଭୁଙ୍କର ପ୍ରଶଂସା ଓ ତାହାଙ୍କର ପରାକ୍ରମ ଓ ତାହାଙ୍କ କୃତ ଆଶ୍ଚର୍ଯ୍ୟ କର୍ମସକଳ ବର୍ଣ୍ଣନା କରିବା ।
ଗୀତସଂହିତା 78 : 5 (ORV)
କାରଣ ସେ ଯାକୁବ ମଧ୍ୟରେ ଏକ ସାକ୍ଷ୍ୟ ସ୍ଥାପନ କଲେ ଓ ଇସ୍ରାଏଲର ମଧ୍ୟରେ ଏକ ବ୍ୟବସ୍ଥା ନିରୂପଣ କଲେ, ଆପଣା ସନ୍ତାନଗଣକୁ ତାହା ଜଣାଇବା ନିମନ୍ତେ ଆମ୍ଭମାନଙ୍କ ପିତୃଗଣକୁ ଆଜ୍ଞା କଲେ;
ଗୀତସଂହିତା 78 : 6 (ORV)
ଯେପରି ଆସନ୍ତା ପୁରୁଷ, ଅର୍ଥାତ୍, ଯେଉଁ ସନ୍ତାନଗଣ ଜାତ ହେବେ, ସେମାନେ ଜାଣିବେ ଓ ଉଠି ଆପଣା ଆପଣା ସନ୍ତାନଗଣକୁ ତାହା ଜଣାଇବେ;
ଗୀତସଂହିତା 78 : 7 (ORV)
ତହିଁରେ ସେମାନେ ଯେପରି ପରମେଶ୍ଵରଙ୍କଠାରେ ଭରସା ରଖି ପାରିବେ ଓ ପରମେଶ୍ଵରଙ୍କ କ୍ରିୟାସକଳ ପାସୋରି ନ ଯିବେ, ମାତ୍ର ତାହାଙ୍କ ଆଜ୍ଞାସବୁ ପାଳନ କରିବେ;
ଗୀତସଂହିତା 78 : 8 (ORV)
ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ ଓ ସେମାନଙ୍କ ଆତ୍ମା ପରମେଶ୍ଵରଙ୍କ ପ୍ରତି ବିଶ୍ଵସ୍ତ ନ ଥିଲା ।
ଗୀତସଂହିତା 78 : 9 (ORV)
ଇଫ୍ରୟିମର ସନ୍ତାନଗଣ ସସଜ୍ଜ ଓ ଧନୁର୍ଦ୍ଧର ହୋଇ ସଂଗ୍ରାମ ଦିନରେ ହଟିଗଲେ ।
ଗୀତସଂହିତା 78 : 10 (ORV)
ସେମାନେ ପରମେଶ୍ଵରଙ୍କ ନିୟମ ପାଳନ କଲେ ନାହିଁ ଓ ତାହାଙ୍କ ବ୍ୟବସ୍ଥାନୁସାରେ ଚଳିବା ପାଇଁ ଅସ୍ଵୀକାର କଲେ;
ଗୀତସଂହିତା 78 : 11 (ORV)
ସେମାନେ ତାହାଙ୍କ କାର୍ଯ୍ୟସକଳ, ସେମାନଙ୍କ ପ୍ରତି ପ୍ରକାଶିତ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାସକଳ ଭୁଲି ଗଲେ ।
ଗୀତସଂହିତା 78 : 12 (ORV)
ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟ କର୍ମ କଲେ।
ଗୀତସଂହିତା 78 : 13 (ORV)
ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ ।
ଗୀତସଂହିତା 78 : 14 (ORV)
ଦିବସରେ ସେ ମେଘ ଦ୍ଵାରା ଓ ରାତ୍ରିରେ ଅଗ୍ନିତେଜ ଦ୍ଵାରା ସେମାନଙ୍କୁ ପଥ କଢ଼ାଇ ନେଲେ ।
ଗୀତସଂହିତା 78 : 15 (ORV)
ପ୍ରାନ୍ତରରେ ସେ ଶୈଳମାନଙ୍କୁ ବିଦୀର୍ଣ୍ଣ କଲେ, ପୁଣି ଯେପରି ଅଗାଧସ୍ଥଳରୁ, ସେପରି ସେମାନଙ୍କୁ ପ୍ରଚୁର ଜଳ ପାନ କରାଇଲେ ।
ଗୀତସଂହିତା 78 : 16 (ORV)
ସେ ଶୈଳରୁ ସ୍ରୋତ ବାହାର କଲେ ଓ ନଦୀ ତୁଲ୍ୟ ଜଳ ବହାଇଲେ ।
ଗୀତସଂହିତା 78 : 17 (ORV)
ତଥାପି ସେମାନେ ତାହାଙ୍କ ବିରୁଦ୍ଧରେ ପାପ କରିବାକୁ ଓ ମରୁଭୂମିରେ ସର୍ବୋପରିସ୍ଥଙ୍କ ପ୍ରତିକୂଳରେ ବିଦ୍ରୋହା-ଚରଣ କରିବାକୁ ନିରସ୍ତ ନୋହିଲେ ।
ଗୀତସଂହିତା 78 : 18 (ORV)
ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ଵରଙ୍କର ପରୀକ୍ଷା କଲେ ।
ଗୀତସଂହିତା 78 : 19 (ORV)
ହଁ, ସେମାନେ ପରମେଶ୍ଵରଙ୍କ ପ୍ରତିକୂଳରେ କଥା କହିଲେ; ସେମାନେ କହିଲେ, ପରମେଶ୍ଵର କି ପ୍ରାନ୍ତରରେ ମେଜ ସଜାଇ ପାରିବେ?
ଗୀତସଂହିତା 78 : 20 (ORV)
ଦେଖ, ସେ ଶୈଳକୁ ଆଘାତ କରନ୍ତେ, ଜଳ ନିର୍ଗତ ହେଲା ଓ ସ୍ରୋତ ପ୍ରବାହିତ ହେଲା; ସେ କି ଅନ୍ନ ହିଁ ଦେଇ ପାରନ୍ତି? ସେ କି ଆପଣା ଲୋକମାନଙ୍କ ନିମନ୍ତେ ମାଂସ ଯୋଗାଇବେ?
ଗୀତସଂହିତା 78 : 21 (ORV)
ଏହେତୁ ସଦାପ୍ରଭୁ ଶୁଣି କୋପାନ୍ଵିତ ହେଲେ ଓ ଯାକୁବ ବିରୁଦ୍ଧରେ ଅଗ୍ନି ପ୍ରଜ୍ଵଳିତ ହେଲା ଓ ଇସ୍ରାଏଲ ବିରୁଦ୍ଧରେ ହିଁ କ୍ରୋଧ ଉଠିଲା;
ଗୀତସଂହିତା 78 : 22 (ORV)
କାରଣ ସେମାନେ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ ଓ ତାହାଙ୍କ ପରିତ୍ରାଣରେ ନିର୍ଭର ରଖିଲେ ନାହିଁ ।
ଗୀତସଂହିତା 78 : 23 (ORV)
ତେବେ ହେଁ ସେ ଉପରିସ୍ଥ ମେଘମାଳକୁ ଆଜ୍ଞା କଲେ ଓ ଆକାଶର ଦ୍ଵାର ମୁକ୍ତ କଲେ ।
ଗୀତସଂହିତା 78 : 24 (ORV)
ଆଉ, ସେ ଭୋଜନାର୍ଥେ ସେମାନଙ୍କ ଉପରେ ମାନ୍ନା ବର୍ଷାଇଲେ ଓ ସେମାନଙ୍କୁ ସ୍ଵର୍ଗର ଶସ୍ୟ ପ୍ରଦାନ କଲେ ।
ଗୀତସଂହିତା 78 : 25 (ORV)
ପରାକ୍ରମୀଗଣର ଆହାର ମନୁଷ୍ୟ ଭୋଜନ କଲା; ସେ ସେମାନଙ୍କ ତୃପ୍ତି ପର୍ଯ୍ୟନ୍ତ ଭକ୍ଷ୍ୟ ପଠାଇଲେ ।
ଗୀତସଂହିତା 78 : 26 (ORV)
ସେ ଆକାଶରେ ପୂର୍ବୀୟ ବାୟୁ ବହାଇଲେ ଓ ନିଜ ପରାକ୍ରମ ଦ୍ଵାରା ଦକ୍ଷିଣ ବାୟୁ ଚଳାଇଲେ ।
ଗୀତସଂହିତା 78 : 27 (ORV)
ମଧ୍ୟ ସେ ଧୂଳି ପରି ସେମାନଙ୍କ ଉପରେ ମାଂସ ବର୍ଷାଇଲେ, ପୁଣି ସମୁଦ୍ରର ବାଲି ପରି ପକ୍ଷୀମାନଙ୍କୁ ବର୍ଷାଇଲେ;
ଗୀତସଂହିତା 78 : 28 (ORV)
ସେ ସେମାନଙ୍କ ଛାଉଣି ମଧ୍ୟରେ, ସେମାନଙ୍କ ଆବାସର ଚତୁର୍ଦ୍ଦିଗରେ ତାହା ବର୍ଷାଇଲେ ।
ଗୀତସଂହିତା 78 : 29 (ORV)
ତହିଁରେ ସେମାନେ ଭୋଜନ କରି ପରିତୃପ୍ତ ହେଲେ ଓ ସେ ସେମାନଙ୍କ ଅଭିଳାଷିତ ବିଷୟ ସେମାନଙ୍କୁ ପ୍ରଦାନ କଲେ ।
ଗୀତସଂହିତା 78 : 30 (ORV)
ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
ଗୀତସଂହିତା 78 : 31 (ORV)
ପରମେଶ୍ଵରଙ୍କ କ୍ରୋଧ ସେମାନଙ୍କ ପ୍ରତିକୂଳରେ ଉଠିଲା ଓ ସେମାନଙ୍କ ହୃଷ୍ଟପୁଷ୍ଟ ଲୋକଙ୍କ ମଧ୍ୟରୁ ବଧ କଲା, ପୁଣି ଇସ୍ରାଏଲର ଯୁବାଗଣକୁ ସଂହାର କଲା ।
ଗୀତସଂହିତା 78 : 32 (ORV)
ଏସବୁ ହେଲେ ହେଁ ସେମାନେ ପୁନର୍ବାର ପାପ କଲେ ଓ ତାହାଙ୍କ ଆଶ୍ଚର୍ଯ୍ୟ କ୍ରିୟାରେ ବିଶ୍ଵାସ କଲେ ନାହିଁ ।
ଗୀତସଂହିତା 78 : 33 (ORV)
ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ବିହ୍ଵଳତାରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
ଗୀତସଂହିତା 78 : 34 (ORV)
ସେ ସେମାନଙ୍କୁ ବଧ କଲା ବେଳେ ସେମାନେ ତାହାଙ୍କୁ ଖୋଜିଲେ; ଆଉ, ଫେରି ଶୀଘ୍ର ପରମେଶ୍ଵରଙ୍କ ଅନ୍ଵେଷଣ କଲେ ।
ଗୀତସଂହିତା 78 : 35 (ORV)
ପରମେଶ୍ଵର ଯେ ସେମାନଙ୍କର ଶୈଳ ଓ ସର୍ବୋପରିସ୍ଥ ପରମେଶ୍ଵର ଯେ ସେମାନଙ୍କର ମୁକ୍ତିକର୍ତ୍ତା, ଏହା ସ୍ମରଣ କଲେ ।
ଗୀତସଂହିତା 78 : 36 (ORV)
ମାତ୍ର ସେମାନେ ମୁଖରେ ତାହାଙ୍କର ଚାଟୁବାଦ କଲେ ଓ ଜିହ୍ଵାରେ ତାହାଙ୍କ ନିକଟରେ ମିଥ୍ୟା କହିଲେ ।
ଗୀତସଂହିତା 78 : 37 (ORV)
କାରଣ ସେମାନଙ୍କ ଅନ୍ତଃକରଣ ତାହାଙ୍କ ପ୍ରତି ସ୍ଥିର ନ ଥିଲା, କିଅବା ସେମାନେ ତାହାଙ୍କ ନିୟମରେ ବିଶ୍ଵସ୍ତ ନ ଥିଲେ ।
ଗୀତସଂହିତା 78 : 38 (ORV)
ମାତ୍ର ସେ ସ୍ନେହଶୀଳ ହେବାରୁ ସେମାନଙ୍କ ଅପରାଧ କ୍ଷମା କରି ସେମାନଙ୍କୁ ଧ୍ଵଂସ କଲେ ନାହିଁ; ପୁଣି, ସେ ଅନେକ ଥର ଆପଣା କ୍ରୋଧ ସମ୍ଵରଣ କରି ଆପଣା କୋପ ଉତ୍ତେଜ କଲେ ନାହିଁ ।
ଗୀତସଂହିତା 78 : 39 (ORV)
ଆଉ, ସେମାନେ ଯେ ମାଂସମାତ୍ର ଓ ବହିଯାଇ ଫେରି ନ ଆସିବା ବାୟୁ ସ୍ଵରୂପ, ଏହା ସେ ସ୍ମରଣ କଲେ⇧।
ଗୀତସଂହିତା 78 : 40 (ORV)
ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ ।
ଗୀତସଂହିତା 78 : 41 (ORV)
ସେମାନେ ପୁନର୍ବାର ବିମୁଖ ହୋଇ ପରମେଶ୍ଵରଙ୍କୁ ପରୀକ୍ଷା କଲେ ଓ ଇସ୍ରାଏଲର ଧର୍ମ ସ୍ଵରୂପଙ୍କୁ ବିରକ୍ତ କଲେ ।
ଗୀତସଂହିତା 78 : 42 (ORV)
ସେମାନେ ତାହାଙ୍କର ହସ୍ତ ଓ ଯେଉଁ ଦିନ ସେ ବିପକ୍ଷଠାରୁ ସେମାନଙ୍କୁ ମୁକ୍ତ କଲେ, ସେହି ଦିନ
ଗୀତସଂହିତା 78 : 43 (ORV)
ଆଉ, ସେ କିରୂପେ ମିସରରେ ଆପଣା ଚିହ୍ନ ଓ ସୋୟନ-ପଦାରେ ଆପଣାର ଅଦ୍ଭୁତ ଲକ୍ଷଣ ସ୍ଥାପନ କଲେ;
ଗୀତସଂହିତା 78 : 44 (ORV)
ପୁଣି, ସେମାନଙ୍କର ନଦୀ ଓ ସ୍ରୋତସବୁ ରକ୍ତମୟ କରିବାରୁ ସେମାନେ ପାନ କରି ପାରିଲେ ନାହିଁ, ଏହାସବୁ ସ୍ମରଣ କଲେ ନାହିଁ ।
ଗୀତସଂହିତା 78 : 45 (ORV)
ସେ ସେମାନଙ୍କ ମଧ୍ୟକୁ ଦଂଶକଝାଙ୍କ ପଠାଇଲେ, ସେସବୁ ସେମାନଙ୍କୁ ଗ୍ରାସ କଲେ ଓ ବେଙ୍ଗ ପଠାଇଲେ, ସେସବୁ ସେମାନଙ୍କୁ ବିନାଶ କଲେ ।
ଗୀତସଂହିତା 78 : 46 (ORV)
ମଧ୍ୟ ସେ କୀଟକୁ ସେମାନଙ୍କ ଭୂମିର ଫଳ ଓ ପଙ୍ଗପାଳକୁ ସେମାନଙ୍କ ପରିଶ୍ରମର ଫଳ ଦେଲେ ।
ଗୀତସଂହିତା 78 : 47 (ORV)
ସେ ଶିଳା ଦ୍ଵାରା ସେମାନଙ୍କ ଦ୍ରାକ୍ଷାଲତା ଓ ହିମ ଦ୍ଵାରା ସେମାନଙ୍କ ଡିମିରି ବୃକ୍ଷ ମାରି ପକାଇଲେ ।
ଗୀତସଂହିତା 78 : 48 (ORV)
ଆହୁରି, ସେ ସେମାନଙ୍କ ପଶୁଗଣକୁ ଶିଳାରେ ଓ ସେମାନଙ୍କ ପଲସବୁକୁ ପ୍ରଜ୍ଵଳିତ ବଜ୍ରାଘାତରେ ସମର୍ପଣ କଲେ ।
ଗୀତସଂହିତା 78 : 49 (ORV)
ସେ ଆପଣା କ୍ରୋଧର ପ୍ରଚଣ୍ତତା, କୋପ ଓ ରୋଷ ଓ ସଙ୍କଟରୂପ ଅନିଷ୍ଟର ଦୂତଦଳ ସେମାନଙ୍କ ବିରୁଦ୍ଧରେ ପଠାଇଲେ ।
ଗୀତସଂହିତା 78 : 50 (ORV)
ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;
ଗୀତସଂହିତା 78 : 51 (ORV)
ସେ ମିସରରେ ପ୍ରଥମଜାତ ସମସ୍ତଙ୍କୁ, ହାମ୍ର ତମ୍ଵୁରେ ସେମାନଙ୍କ ଶକ୍ତିର ପ୍ରଥମ ଫଳକୁ ଆଘାତ କଲେ;
ଗୀତସଂହିତା 78 : 52 (ORV)
ମାତ୍ର ସେ ଆପଣା ଲୋକମାନଙ୍କୁ ମେଷଗଣ ତୁଲ୍ୟ ଚଳାଇଲେ ଓ ପ୍ରାନ୍ତରରେ ସେମାନଙ୍କୁ ପଲ ପରି କଢ଼ାଇ ନେଲେ ।
ଗୀତସଂହିତା 78 : 53 (ORV)
ପୁଣି, ସେ ସେମାନଙ୍କୁ ନିରାପଦରେ ଚଳାଇଲେ, ତେଣୁ ସେମାନେ ଉଦ୍ବିଗ୍ନ ନୋହିଲେ, ମାତ୍ର ସମୁଦ୍ର ସେମାନଙ୍କ ଶତ୍ରୁଗଣକୁ ମଗ୍ନ କଲା ।
ଗୀତସଂହିତା 78 : 54 (ORV)
ଆଉ, ସେ ସେମାନଙ୍କୁ ଆପଣା ପବିତ୍ର ସୀମାକୁ ଓ ଆପଣା ଦକ୍ଷିଣ ହସ୍ତ ଦ୍ଵାରା ଲବ୍ଧ ଏହି ପର୍ବତକୁ ଆଣିଲେ ।
ଗୀତସଂହିତା 78 : 55 (ORV)
ଆହୁରି, ସେ ସେମାନଙ୍କ ଆଗରୁ ଗୋଷ୍ଠୀୟବର୍ଗଙ୍କୁ ତଡ଼ି ଦେଲେ ଓ ଅଧିକାରାର୍ଥେ ପରିମାପକ ରଜ୍ଜୁ ଦ୍ଵାରା ସେମାନଙ୍କୁ ବିଭାଗ କରି ଦେଲେ ଓ ଇସ୍ରାଏଲ ଗୋଷ୍ଠୀବର୍ଗକୁ ସେମାନଙ୍କ ତମ୍ଵୁରେ ବାସ କରାଇଲେ ।
ଗୀତସଂହିତା 78 : 56 (ORV)
ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ଵରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
ଗୀତସଂହିତା 78 : 57 (ORV)
ମାତ୍ର ବିମୁଖ ହୋଇ ଆପଣା ପୂର୍ବପୁରୁଷଗଣ ତୁଲ୍ୟ ବିଶ୍ଵାସଘାତକତା କଲେ; ସେମାନେ ପ୍ରବଞ୍ଚକ ଧନୁ ତୁଲ୍ୟ ଲକ୍ଷ୍ୟ ହୁଡ଼ିଲେ ।
ଗୀତସଂହିତା 78 : 58 (ORV)
କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ଵାରା ତାହାଙ୍କୁ ବିରକ୍ତ କଲେ । ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ଵାରା ତାହାଙ୍କର ଅନ୍ତର୍ଜ୍ଵାଳା ଜନ୍ମାଇଲେ ।
ଗୀତସଂହିତା 78 : 59 (ORV)
ପରମେଶ୍ଵର ଏହା ଶୁଣି କୋପାନ୍ଵିତ ହେଲେ ଓ ଇସ୍ରାଏଲକୁ ଅତିଶୟ ଘୃଣା କଲେ;
ଗୀତସଂହିତା 78 : 60 (ORV)
ଏପରିକି, ସେ ଶୀଲୋସ୍ଥିତ ଆବାସ ଓ ମନୁଷ୍ୟମାନଙ୍କ ମଧ୍ୟରେ ଆପଣାର ସ୍ଥାପିତ ତମ୍ଵୁ ପରିତ୍ୟାଗ କଲେ ।
ଗୀତସଂହିତା 78 : 61 (ORV)
ପୁଣି, ସେ ବନ୍ଦୀତ୍ଵରେ ଆପଣା ପରାକ୍ରମ ଓ ବିପକ୍ଷ ହସ୍ତରେ ଆପଣା ଗୌରବ ସମର୍ପଣ କଲେ ।
ଗୀତସଂହିତା 78 : 62 (ORV)
ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍‍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୁଦ୍ଧ ହେଲେ ।
ଗୀତସଂହିତା 78 : 63 (ORV)
ଅଗ୍ନି ସେମାନଙ୍କ ଯୁବାଗଣକୁ ଗ୍ରାସ କଲା ଓ ସେମାନଙ୍କ କନ୍ୟାଗଣର ବିବାହ-ଗୀତ ହେଲା ନାହିଁ ।
ଗୀତସଂହିତା 78 : 64 (ORV)
ସେମାନଙ୍କ ଯାଜକଗଣ ଖଡ଼୍‍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ ।
ଗୀତସଂହିତା 78 : 65 (ORV)
ସେତେବେଳେ ପ୍ରଭୁ ନିଦ୍ରାରୁ ଜାଗ୍ରତ ଲୋକ ପରି, ମଦିରା ହେତୁ ହର୍ଷନାଦକାରୀ ବୀର ପରି ଉଠିଲେ ।
ଗୀତସଂହିତା 78 : 66 (ORV)
ଆଉ, ସେ ଆପଣା ବିପକ୍ଷଗଣକୁ ପ୍ରହାର କରି ହଟାଇ ଦେଲେ; ସେ ସେମାନଙ୍କୁ ଚିରକାଳ ନିନ୍ଦାପାତ୍ର କଲେ ।
ଗୀତସଂହିତା 78 : 67 (ORV)
ଆହୁରି, ସେ ଯୋଷେଫର ତମ୍ଵୁ ଅଗ୍ରାହ୍ୟ କଲେ ଓ ଇଫ୍ରୟିମ ଗୋଷ୍ଠୀକି ମନୋନୀତ କଲେ ନାହିଁ ।
ଗୀତସଂହିତା 78 : 68 (ORV)
ମାତ୍ର ଯିହୁଦା ଗୋଷ୍ଠୀକି, ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ ।
ଗୀତସଂହିତା 78 : 69 (ORV)
ଆଉ, ସେ ଉଚ୍ଚ (ଗଗନ) ତୁଲ୍ୟ ଓ ଅନନ୍ତକାଳ ନିମନ୍ତେ ଆପଣା ସ୍ଥାପିତ ପୃଥିବୀ ତୁଲ୍ୟ ଆପଣା ଧର୍ମଧାମ ନିର୍ମାଣ କଲେ ।
ଗୀତସଂହିତା 78 : 70 (ORV)
ଆହୁରି, ସେ ଆପଣା ଦାସ ଦାଉଦଙ୍କୁ ମନୋନୀତ କଲେ ଓ ମେଷଖୁଆଡ଼ରୁ ତାଙ୍କୁ ଗ୍ରହଣ କଲେ ।
ଗୀତସଂହିତା 78 : 71 (ORV)
ସେ ଆପଣା ଲୋକ ଯାକୁବକୁ ଓ ଆପଣା ଅଧିକାର ଇସ୍ରାଏଲକୁ ପ୍ରତିପାଳନ କରିବା ନିମନ୍ତେ ସ୍ତନ୍ୟଦାୟିନୀ ମେଷୀଗଣ ପଛରୁତାଙ୍କୁ ଆଣିଲେ ।
ଗୀତସଂହିତା 78 : 72 (ORV)
ତହିଁରେ ସେ ଆପଣା ଅନ୍ତଃକରଣର ସରଳତା-ନୁସାରେ ସେମାନଙ୍କୁ ପ୍ରତିପାଳନ କଲେ ଓ ଆପଣା ହସ୍ତର ନିପୁଣତାରେ ସେମାନଙ୍କୁ ଚଳାଇଲେ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52 53 54 55 56 57 58 59 60 61 62 63 64 65 66 67 68 69 70 71 72

BG:

Opacity:

Color:


Size:


Font: