ଗୀତସଂହିତା 8 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଦାଉଦଙ୍କର ଗୀତ । ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ!
ଗୀତସଂହିତା 8 : 2 (ORV)
ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶେ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ ।
ଗୀତସଂହିତା 8 : 3 (ORV)
ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ତଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,)
ଗୀତସଂହିତା 8 : 4 (ORV)
ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ଵାବଧାନ କରୁଅଛ?
ଗୀତସଂହିତା 8 : 5 (ORV)
ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ ।
ଗୀତସଂହିତା 8 : 6 (ORV)
ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ଵ ଦେଉଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
ଗୀତସଂହିତା 8 : 7 (ORV)
ଗୋମେଷାଦିସକଳ, ହଁ, ବନ୍ୟ ପଶୁଗଣ;
ଗୀତସଂହିତା 8 : 8 (ORV)
ଆକାଶର ପକ୍ଷୀଗଣ ଓ ସମୁଦ୍ରର ମତ୍ସ୍ୟଗଣ, ସମୁଦ୍ରପଥଗାମୀ ସକଳ ହିଁ ରଖିଅଛ ।
ଗୀତସଂହିତା 8 : 9 (ORV)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ଵିତ ।

1 2 3 4 5 6 7 8 9

BG:

Opacity:

Color:


Size:


Font: