ଗୀତସଂହିତା 81 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ଵରରେ ଆସଫର ଗୀତ । ଆମ୍ଭମାନଙ୍କ ବଳ ସ୍ଵରୂପ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ଵରରେ ଗାନ କର; ଯାକୁବର ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଜୟଧ୍ଵନି କର ।
ଗୀତସଂହିତା 81 : 2 (ORV)
ଗୀତ ଉଠାଅ ଓ ଦାରା, ନେବଲ ସହିତ ମନୋହର ବୀଣାଯନ୍ତ୍ର ଆଣ ।
ଗୀତସଂହିତା 81 : 3 (ORV)
ଅମାବାସ୍ୟାରେ, ପୂର୍ଣ୍ଣିମାରେ, ଆମ୍ଭମାନଙ୍କ ମହୋତ୍ସବ ଦିନରେ ତୂରୀ ବଜାଅ ।
ଗୀତସଂହିତା 81 : 4 (ORV)
କାରଣ ତାହା ଇସ୍ରାଏଲ ନିମନ୍ତେ ବିଧି ଓ ଯାକୁବର ପରମେଶ୍ଵରଙ୍କ ବିଧାନ ଅଟେ ।
ଗୀତସଂହିତା 81 : 5 (ORV)
ସେ ମିସର ଦେଶ ବିରୁଦ୍ଧରେ ବାହାରିବା ବେଳେ ଯୋଷେଫ ମଧ୍ୟରେ ସାକ୍ଷ୍ୟ ନିମନ୍ତେ ତାହା ସ୍ଥାପନ କଲେ; ସେଠାରେ ଆମ୍ଭେ ଆପଣାର ଅଜ୍ଞାତ ବାଣୀ ଶୁଣିଲୁ ।
ଗୀତସଂହିତା 81 : 6 (ORV)
ଆମ୍ଭେ ତାହାର ସ୍କନ୍ଧ ଭାରରୁ ଘୁଞ୍ଚାଇ ଦେଲୁ; ତାହାର ହସ୍ତ ଟୋକାଇରୁ ମୁକ୍ତ ହେଲା ।
ଗୀତସଂହିତା 81 : 7 (ORV)
ତୁମ୍ଭେ ସଙ୍କଟ ବେଳେ ଡାକିଲ, ତହୁଁ ଆମ୍ଭେ ତୁମ୍ଭକୁ ଉଦ୍ଧାର କଲୁ; ଆମ୍ଭେ ମେଘଗର୍ଜ୍ଜନର ଗୁପ୍ତ ସ୍ଥାନରେ ତୁମ୍ଭକୁ ଉତ୍ତର ଦେଲୁ; ଆମ୍ଭେ ମିରୀବାଃ ଜଳ ନିକଟରେ ତୁମ୍ଭକୁ ପରୀକ୍ଷା କଲୁ । [ସେଲା
ଗୀତସଂହିତା 81 : 8 (ORV)
ହେ ଆମ୍ଭର ଲୋକ, ଶୁଣ, ଆମ୍ଭେ ତୁମ୍ଭ ନିକଟରେ ସାକ୍ଷ୍ୟ ଦେବା; ହେ ଇସ୍ରାଏଲ, ଯେବେ ତୁମ୍ଭେ ଆମ୍ଭ କଥା ଶୁଣ;!
ଗୀତସଂହିତା 81 : 9 (ORV)
ତୁମ୍ଭ ମଧ୍ୟରେ ଅନ୍ୟ କୌଣସି ଦେବତା ରହିବ ନାହିଁ; କିଅବା ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ ।
ଗୀତସଂହିତା 81 : 10 (ORV)
ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର, ଆମ୍ଭେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲୁ; ଆପଣା ମୁଖ ବଡ଼ କରି ମେଲାଅ, ଆମ୍ଭେ ତାହା ପୂର୍ଣ୍ଣ କରିବା ।
ଗୀତସଂହିତା 81 : 11 (ORV)
ମାତ୍ର ଆମ୍ଭ ଲୋକେ ଆମ୍ଭ ରବ ଶୁଣିଲେ ନାହିଁ ଓ ଇସ୍ରାଏଲ ଆମ୍ଭଙ୍କୁ ଚାହିଁଲା ନାହିଁ ।
ଗୀତସଂହିତା 81 : 12 (ORV)
ତହିଁରେ ସେମାନେ ଯେପରି ଆପଣା ଆପଣା ମନ୍ତ୍ରଣାନୁସାରେ ଚାଲିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ସେମାନଙ୍କ ହୃଦୟର କଠିନତାନୁସାରେ ଛାଡ଼ି ଦେଲୁ ।
ଗୀତସଂହିତା 81 : 13 (ORV)
ଆହା, ଯେବେ ଆମ୍ଭ ଲୋକେ ଆମ୍ଭର କଥା ଶୁଣନ୍ତେଣ! ଯେବେ ଇସ୍ରାଏଲ ଆମ୍ଭ ପଥରେ ଚାଲନ୍ତା!
ଗୀତସଂହିତା 81 : 14 (ORV)
ଆମ୍ଭେ ଶୀଘ୍ର ସେମାନଙ୍କ ଶତ୍ରୁଗଣକୁ ଦମନ କରନ୍ତୁ ଓ ସେମାନଙ୍କ ବିପକ୍ଷଗଣର ପ୍ରତିକୂଳରେ ଆପଣା ହସ୍ତ ଫେରାନ୍ତୁ ।
ଗୀତସଂହିତା 81 : 15 (ORV)
ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ଵୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା ।
ଗୀତସଂହିତା 81 : 16 (ORV)
ଆହୁରି, ସେ ଉତ୍ତମ ଗହମରେ ସେମାନଙ୍କୁ ପ୍ରତିପୋଷଣ କରନ୍ତେ ଓ ଆମ୍ଭେ ଶୈଳରୁ ମଧୁ ଦେଇ ତୁମ୍ଭକୁ ପରିତୃପ୍ତ କରନ୍ତୁ ।
❮
❯