ଗୀତସଂହିତା 85 : 1 (ORV)
ପ୍ରଧାନ ବାଦ୍ୟକର ନିମନ୍ତେ କୋରହ ସନ୍ତାନଗଣର ଗୀତ । ହେ ସଦାପ୍ରଭୋ, ତୁମ୍ଭେ ନିଜ ଦେଶ ପ୍ରତି ପ୍ରସନ୍ନ ହୋଇଅଛ; ତୁମ୍ଭେ ଯାକୁବର ବନ୍ଦୀଦଶା ଫେରାଇଅଛ ।
ଗୀତସଂହିତା 85 : 2 (ORV)
ତୁମ୍ଭେ ଆପଣା ଲୋକମାନଙ୍କ ଅପରାଧ କ୍ଷମା କରିଅଛ, ତୁମ୍ଭେ ସେମାନଙ୍କ ପାପସବୁ ଆଚ୍ଛାଦନ କରିଅଛ । [ସେଲା
ଗୀତସଂହିତା 85 : 3 (ORV)
ତୁମ୍ଭେ ଆପଣା ସମସ୍ତ କୋପରୁ ନିବୃତ୍ତ ହୋଇଅଛ; ତୁମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତାରୁ ବିମୁଖ ହୋଇଅଛ ।
ଗୀତସଂହିତା 85 : 4 (ORV)
ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର ।
ଗୀତସଂହିତା 85 : 5 (ORV)
ତୁମ୍ଭେ କି ସଦାକାଳ ଆମ୍ଭମାନଙ୍କ ଉପରେ କ୍ରୁଦ୍ଧ ହେବ? ତୁମ୍ଭେ କି ପୁରୁଷପରମ୍ପରା ପ୍ରତି ଆପଣା କ୍ରୋଧ ରଖିଥିବ?
ଗୀତସଂହିତା 85 : 6 (ORV)
ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?
ଗୀତସଂହିତା 85 : 7 (ORV)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପ୍ରତି ଆପଣା ଦୟା ପ୍ରକାଶ କର ଓ ଆମ୍ଭମାନଙ୍କୁ ତୁମ୍ଭ ପରିତ୍ରାଣ ପ୍ରଦାନ କର ।
ଗୀତସଂହିତା 85 : 8 (ORV)
ସଦାପ୍ରଭୁ ପରମେଶ୍ଵର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ ।
ଗୀତସଂହିତା 85 : 9 (ORV)
ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି ।
ଗୀତସଂହିତା 85 : 10 (ORV)
ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ଵନ କରିଅଛନ୍ତି ।
ଗୀତସଂହିତା 85 : 11 (ORV)
ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି ଧାର୍ମିକତା ସ୍ଵର୍ଗରୁ ଦୃଷ୍ଟିପାତ କରିଅଛି ।
ଗୀତସଂହିତା 85 : 12 (ORV)
ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ ।
ଗୀତସଂହିତା 85 : 13 (ORV)
ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ ।

1 2 3 4 5 6 7 8 9 10 11 12 13