ଗୀତସଂହିତା 89 : 1 (ORV)
ଇଷ୍ରାହୀୟ ଏଥନର ମସ୍କୀଲ୍ । ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ଵସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି ।
ଗୀତସଂହିତା 89 : 2 (ORV)
କାରଣ ଦୟା ସଦାକାଳ ଗଢ଼ାଯିବ ବୋଲି ମୁଁ କହିଅଛି; ତୁମ୍ଭେ ଆପଣା ବିଶ୍ଵସ୍ତତା ସ୍ଵର୍ଗରେ ହିଁ ସ୍ଥାପନ କରିବ ।
ଗୀତସଂହିତା 89 : 3 (ORV)
ଆମ୍ଭେ ଆପଣା ମନୋନୀତ ଲୋକ ସଙ୍ଗେ ନିୟମ କରିଅଛୁ, ଆମ୍ଭେ ଆପଣା ଦାସ ଦାଉଦ ସଙ୍ଗେ ଶପଥ କରିଅଛୁ ।
ଗୀତସଂହିତା 89 : 4 (ORV)
ଆମ୍ଭେ ତୁମ୍ଭ ବଂଶକୁ ସଦାକାଳ ସୁସ୍ଥିର କରିବା ଓ ପୁରୁଷପରମ୍ପରା ପର୍ଯ୍ୟନ୍ତ ତୁମ୍ଭର ସିଂହାସନ ଗଢ଼ିବା । [ସେଲା
ଗୀତସଂହିତା 89 : 5 (ORV)
ହେ ସଦାପ୍ରଭୋ, ସ୍ଵର୍ଗ ତୁମ୍ଭ ଆଶ୍ଚର୍ଯ୍ୟକ୍ରିୟାର ପ୍ରଶଂସା କରିବ, ମଧ୍ୟ ପବିତ୍ରଗଣର ସମାଜରେ ତୁମ୍ଭ ବିଶ୍ଵସ୍ତତାର ପ୍ରଶଂସା କରିବ ।
ଗୀତସଂହିତା 89 : 6 (ORV)
କାରଣ ଆକାଶରେ ସଦାପ୍ରଭୁଙ୍କ ସଙ୍ଗେ କାହାର ଉପମା କରାଯାଇ ପାରେ? ଯେଉଁ ପରମେଶ୍ଵର ପବିତ୍ରଗଣର ସଭାରେ ଅତି ଭୟଙ୍କର
ଗୀତସଂହିତା 89 : 7 (ORV)
ଓ ଆପଣା ଚତୁର୍ଦ୍ଦିଗସ୍ଥ ସମସ୍ତଙ୍କ ଉପରେ ଭୟଯୋଗ୍ୟ, ସେହି ସଦାପ୍ରଭୁଙ୍କ ତୁଲ୍ୟ ବିକ୍ରମୀ ସନ୍ତାନଗଣ ମଧ୍ୟରେ କିଏ ଅଛି?
ଗୀତସଂହିତା 89 : 8 (ORV)
ହେ ସଦାପ୍ରଭୋ, ସୈନ୍ୟାଧିପତି ପରମେଶ୍ଵର, ହେ ଯାଃ, ତୁମ୍ଭ ତୁଲ୍ୟ ବିକ୍ରମୀ କିଏ? ତୁମ୍ଭ ବିଶ୍ଵସ୍ତତା ତୁମ୍ଭ ଚତୁର୍ଦ୍ଦିଗରେ ବିଦ୍ୟମାନ ।
ଗୀତସଂହିତା 89 : 9 (ORV)
ତୁମ୍ଭେ ସମୁଦ୍ରର ଅହଙ୍କାର ଉପରେ କର୍ତ୍ତୃତ୍ଵ କରୁଅଛ; ତହିଁର ତରଙ୍ଗମାଳା ଉଠିବା ବେଳେ ତୁମ୍ଭେ ସେସବୁ ଶା; କରୁଅଛ ।
ଗୀତସଂହିତା 89 : 10 (ORV)
ତୁମ୍ଭେ ରାହବକୁ ଚୂର୍ଣ୍ଣ କରି ହତ ବ୍ୟକ୍ତିର ସମାନ କରିଅଛ; ତୁମ୍ଭେ ଆପଣା ବଳିଷ୍ଠ ବାହୁରେ ନିଜ ଶତ୍ରୁମାନଙ୍କୁ ଛିନ୍ନଭିନ୍ନ କରିଅଛ ।
ଗୀତସଂହିତା 89 : 11 (ORV)
ସ୍ଵର୍ଗ ତୁମ୍ଭର, ପୃଥିବୀ ହିଁ ତୁମ୍ଭର; ତୁମ୍ଭେ ଜଗତ ଓ ତହିଁର ପୂର୍ଣ୍ଣତା ସ୍ଥାପନ କରିଅଛ ।
ଗୀତସଂହିତା 89 : 12 (ORV)
ଉତ୍ତର ଓ ଦକ୍ଷିଣ ଦିଗ ତୁମ୍ଭେ ସୃଷ୍ଟି କରିଅଛ; ତାବୋର ଓ ହର୍ମୋଣତୁମ୍ଭ ନାମରେ ଆନନ୍ଦ କରନ୍ତି,
ଗୀତସଂହିତା 89 : 13 (ORV)
ତୁମ୍ଭେ ପରାକ୍ରା; ବାହୁବିଶିଷ୍ଟ; ତୁମ୍ଭର ହସ୍ତ ବଳବାନ ଓ ତୁମ୍ଭର ଦକ୍ଷିଣ ହସ୍ତ ଉଚ୍ଚ ।
ଗୀତସଂହିତା 89 : 14 (ORV)
ଧର୍ମ ଓ ନ୍ୟାୟବିଚାର ତୁମ୍ଭ ସିଂହାସନର ଭିତ୍ତିମୂଳ; ଦୟା ଓ ସତ୍ୟତା ତୁମ୍ଭର ସମ୍ମୁଖଗାମୀ ।
ଗୀତସଂହିତା 89 : 15 (ORV)
ଯେଉଁ ଲୋକେ ଆନନ୍ଦଧ୍ଵନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୋ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି ।
ଗୀତସଂହିତା 89 : 16 (ORV)
ସେମାନେ ଦିନଯାକ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି ।
ଗୀତସଂହିତା 89 : 17 (ORV)
କାରଣ ତୁମ୍ଭେ ସେମାନଙ୍କ ବଳର ଗୌରବ ସ୍ଵରୂପ; ପୁଣି, ତୁମ୍ଭ ଅନୁଗ୍ରହରେ ଆମ୍ଭମାନଙ୍କ ଶୃଙ୍ଗ ଉନ୍ନତ ହେବ ।
ଗୀତସଂହିତା 89 : 18 (ORV)
କାରଣ ଆମ୍ଭମାନଙ୍କ ଢାଲ ସଦାପ୍ରଭୁଙ୍କର ଓ ଆମ୍ଭମାନଙ୍କ ରାଜା ଇସ୍ରାଏଲର ଧର୍ମସ୍ଵରୂପଙ୍କର ।
ଗୀତସଂହିତା 89 : 19 (ORV)
ସେସମୟରେ ତୁମ୍ଭେ ଆପଣା ସଦ୍ଭକ୍ତମାନଙ୍କୁ ଦର୍ଶନ ଦେଇ କଥା କହିଲ, ପୁଣି କହିଲ, ଆମ୍ଭେ ଏକ ବିକ୍ରମୀ ଉପରେ ସାହାଯ୍ୟ କରିବାର ଭାର ଦେଇଅଛୁ; ଆମ୍ଭେ ଲୋକମାନଙ୍କ ମଧ୍ୟରୁ ମନୋନୀତ ଏକ ଜଣକୁ ଉନ୍ନତ କରିଅଛୁ ।
ଗୀତସଂହିତା 89 : 20 (ORV)
ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
ଗୀତସଂହିତା 89 : 21 (ORV)
ଆମ୍ଭ ହସ୍ତ ତାହା ସଙ୍ଗରେ ସ୍ଥିରୀକୃତ ହୋଇ ରହିବ; ମଧ୍ୟ ଆମ୍ଭର ବାହୁ ତାହାକୁ ବଳବାନ କରିବ ।
ଗୀତସଂହିତା 89 : 22 (ORV)
ଶତ୍ରୁ ତାହା ପ୍ରତି ଉପଦ୍ରବ କରିବ ନାହିଁ; କିଅବା ଦୁଷ୍ଟତାର ସନ୍ତାନ ତାହାକୁ କ୍ଳେଶ ଦେବ ନାହିଁ ।
ଗୀତସଂହିତା 89 : 23 (ORV)
ଆମ୍ଭେ ତାହାର ବିପକ୍ଷଗଣକୁ ତାହା ସମ୍ମୁଖରେ ଚୂର୍ଣ୍ଣ କରିବା ଓ ତାହାର ଘୃଣାକାରୀମାନଙ୍କୁ ଆଘାତ କରିବା ।
ଗୀତସଂହିତା 89 : 24 (ORV)
ମାତ୍ର ଆମ୍ଭର ବିଶ୍ଵସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ ।
ଗୀତସଂହିତା 89 : 25 (ORV)
ଆମ୍ଭେ ସମୁଦ୍ର ଉପରେ ତାହାର ହସ୍ତ ଓ ନଦୀସମୂହ ଉପରେ ତାହାର ଦକ୍ଷିଣ ହସ୍ତ ସ୍ଥାପନ କରିବା ।
ଗୀତସଂହିତା 89 : 26 (ORV)
ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ଵର ଓ ଆମ୍ଭ ପରିତ୍ରାଣର ଶୈଳ ।
ଗୀତସଂହିତା 89 : 27 (ORV)
ଆମ୍ଭେ ମଧ୍ୟ ତାହାକୁ ଆମ୍ଭର ପ୍ରଥମଜାତ, ପୃଥିବୀସ୍ଥ ରାଜଗଣ ମଧ୍ୟରେ ସର୍ବୋଚ୍ଚ କରିବା ।
ଗୀତସଂହିତା 89 : 28 (ORV)
ଆମ୍ଭେ ଅନନ୍ତକାଳ ତାହା ପକ୍ଷରେ ଆପଣା ଦୟା ରଖିବା, ପୁଣି ଆମ୍ଭର ନିୟମ ତାହା ପକ୍ଷରେ ସୁସ୍ଥିର ହେବ ।
ଗୀତସଂହିତା 89 : 29 (ORV)
ମଧ୍ୟ ଆମ୍ଭେ ତାହାର ବଂଶକୁ ନିତ୍ୟସ୍ଥାୟୀ କରିବା ଓ ତାହାର ସିଂହାସନକୁ ଆକାଶମଣ୍ତଳର ଆୟୁର ତୁଲ୍ୟ ସ୍ଥିର କରିବା ।
ଗୀତସଂହିତା 89 : 30 (ORV)
ଯେବେ ତାହାର ସନ୍ତାନଗଣ ଆମ୍ଭର ବ୍ୟବସ୍ଥା ପରିତ୍ୟାଗ କରନ୍ତି ଓ ଆମ୍ଭ ଶାସନରେ ନ ଚାଲନ୍ତି;
ଗୀତସଂହିତା 89 : 31 (ORV)
ଯେବେ ସେମାନେ ଆମ୍ଭର ବିଧି ଲଙ୍ଘନ କରନ୍ତି ଓ ଆମ୍ଭର ଆଜ୍ଞାସବୁ ନ ପାଳନ୍ତି;
ଗୀତସଂହିତା 89 : 32 (ORV)
ତେବେ ଆମ୍ଭେ ଯଷ୍ଟି ଦ୍ଵାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ଵାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା ।
ଗୀତସଂହିତା 89 : 33 (ORV)
ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକା; ନେବା ନାହିଁ; କିଅବା ଆମ୍ଭ ବିଶ୍ଵସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ ।
ଗୀତସଂହିତା 89 : 34 (ORV)
ଆମ୍ଭେ ଆପଣା ନିୟମ ଲଙ୍ଘନ କରିବା ନାହିଁ, କିଅବା ଆପଣା ଓଷ୍ଠାଧରରୁ ନିର୍ଗତ କଥା ଅନ୍ୟଥା କରିବା ନାହିଁ ।
ଗୀତସଂହିତା 89 : 35 (ORV)
ଆମ୍ଭେ ଆପଣା ପବିତ୍ରତା ଘେନି ଥରେ ଶପଥ କରିଅଛୁ; ଆମ୍ଭେ ଦାଉଦକୁ ମିଥ୍ୟା କହିବା ନାହିଁ ।
ଗୀତସଂହିତା 89 : 36 (ORV)
ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ ।
ଗୀତସଂହିତା 89 : 37 (ORV)
ତାହା ସଦାକାଳ ଚନ୍ଦ୍ର ତୁଲ୍ୟ ଓ ଆକାଶସ୍ଥ ବିଶ୍ଵସ୍ତ ସାକ୍ଷୀ ତୁଲ୍ୟ ସ୍ଥିରୀକୃତ ହେବ । [ସେଲା
ଗୀତସଂହିତା 89 : 38 (ORV)
ମାତ୍ର ତୁମ୍ଭେ ଦୂର କରି ଅଗ୍ରାହ୍ୟ କରିଅଛ, ତୁମ୍ଭେ ଆପଣା ଅଭିଷିକ୍ତ ପ୍ରତି କ୍ରୁଦ୍ଧ ହୋଇଅଛ ।
ଗୀତସଂହିତା 89 : 39 (ORV)
ତୁମ୍ଭେ ଆପଣା ଦାସର ନିୟମ ଘୃଣା କରିଅଛ; ତୁମ୍ଭେ ତାହାର ମୁକୁଟ ଭୂମିରେ ପକାଇ ଅଶୁଚି କରିଅଛ ।
ଗୀତସଂହିତା 89 : 40 (ORV)
ତୁମ୍ଭେ ତାହାର ସବୁ ବାଡ଼ ଭାଙ୍ଗି ପକାଇଅଛ; ତୁମ୍ଭେ ତାହାର ଦୃଢ଼ ଗଡ଼ସବୁ ଉଜାଡ଼ କରିଅଛ ।
ଗୀତସଂହିତା 89 : 41 (ORV)
ପଥ ଦେଇ ଯିବା ଲୋକସମସ୍ତେ ତାହାକୁ ଲୁଟ କରନ୍ତି; ସେ ଆପଣା ପ୍ରତିବାସୀମାନଙ୍କର ନିନ୍ଦାପାତ୍ର ହୋଇଅଛି ।
ଗୀତସଂହିତା 89 : 42 (ORV)
ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ ।
ଗୀତସଂହିତା 89 : 43 (ORV)
ହଁ, ତୁମ୍ଭେ ତାହାର ଖଡ଼୍‍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ ।
ଗୀତସଂହିତା 89 : 44 (ORV)
ତୁମ୍ଭେ ତାହାର ତେଜ ନିବୃତ୍ତ କରିଅଛ ଓ ତାହାର ସିଂହାସନ ଭୂମିକି ପକାଇ ଦେଇଅଛ ।
ଗୀତସଂହିତା 89 : 45 (ORV)
ତୁମ୍ଭେ ତାହାର ଯୌବନ ଦିନ ହ୍ରାସ କରିଅଛ; ତୁମ୍ଭେ ଲଜ୍ଜାରେ ତାହାକୁ ଆଚ୍ଛନ୍ନ କରିଅଛ । [ସେଲା
ଗୀତସଂହିତା 89 : 46 (ORV)
ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ଵଳିବ?
ଗୀତସଂହିତା 89 : 47 (ORV)
ଆହେ, ମୋହର ସମୟ କିପରି ଅଳ୍ପ, ଏହା ସ୍ମରଣ କର; ତୁମ୍ଭେ କିପରି ଅସାରତା ନିମନ୍ତେ ମନୁଷ୍ୟ-ସନ୍ତାନସମସ୍ତଙ୍କୁ ସୃଷ୍ଟି କରିଅଛ!
ଗୀତସଂହିତା 89 : 48 (ORV)
ଯେ ମୃତ୍ୟୁ ନ ଦେଖି ଜୀବିତ ରହିବ ଓ ପାତାଳର ପରାକ୍ରମରୁ ଆପଣା ପ୍ରାଣ ମୁକ୍ତ କରିବ, ଏପରି ମନୁଷ୍ୟ କିଏ?
ଗୀତସଂହିତା 89 : 49 (ORV)
ହେ ପ୍ରଭୋ, ତୁମ୍ଭେ ଆପଣା ବିଶ୍ଵସ୍ତତା ଦ୍ଵାରା ଦାଉଦଙ୍କ ନିକଟରେ ଯାହା ଶପଥ କରିଥିଲ, ତୁମ୍ଭର ସେହି ପୂର୍ବ ବିବିଧ ଦୟା କାହିଁ?
ଗୀତସଂହିତା 89 : 50 (ORV)
ହେ ପ୍ରଭୋ, ତୁମ୍ଭ ଦାସମାନଙ୍କର ନିନ୍ଦା ସ୍ମରଣ କର ଓ ମୁଁ ପରାକ୍ରା; ଗୋଷ୍ଠୀବର୍ଗର ନିନ୍ଦା କିପ୍ରକାରେ ଆପଣା ବକ୍ଷଃସ୍ଥଳରେ ବହୁଅଛି, ଏହା ସ୍ମରଣ କର ।
ଗୀତସଂହିତା 89 : 51 (ORV)
ହେ ସଦାପ୍ରଭୋ, ତଦ୍ଦ୍ଵାରା ତୁମ୍ଭ ଶତ୍ରୁଗଣ ନିନ୍ଦା କରିଅଛନ୍ତି, ତଦ୍ଦ୍ଵାରା ସେମାନେ ତୁମ୍ଭ ଅଭିଷିକ୍ତଙ୍କ ପଦଚିହ୍ନକୁ ନିନ୍ଦା କରି-ଅଛନ୍ତି ।
ଗୀତସଂହିତା 89 : 52 (ORV)
ସଦାପ୍ରଭୁ ଅନନ୍ତକାଳ ଧନ୍ୟ ହେଉନ୍ତୁ, ଆମେନ୍, ଆମେନ୍ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29 30 31 32 33 34 35 36 37 38 39 40 41 42 43 44 45 46 47 48 49 50 51 52

BG:

Opacity:

Color:


Size:


Font: