ଗୀତସଂହିତା 95 : 1 (ORV)
ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କରୁ ।
ଗୀତସଂହିତା 95 : 2 (ORV)
ଆମ୍ଭେମାନେ ଧନ୍ୟବାଦ କରି ତାହାଙ୍କ ଛାମୁକୁ ଆସୁ, ଆମ୍ଭେମାନେ ଗୀତ ଦ୍ଵାରା ତାହାଙ୍କ ଉଦ୍ଦେଶ୍ୟରେ ଆନନ୍ଦ ଧ୍ଵନି କରୁ ।
ଗୀତସଂହିତା 95 : 3 (ORV)
କାରଣ ସଦାପ୍ରଭୁ ମହାନ ପରମେଶ୍ଵର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି ।
ଗୀତସଂହିତା 95 : 4 (ORV)
ପୃଥିବୀର ଗଭୀର ସ୍ଥାନସବୁ ତାହାଙ୍କ ହସ୍ତଗତ; ପର୍ବତଗଣର ଶିଖ ମଧ୍ୟ ତାହାଙ୍କର ।
ଗୀତସଂହିତା 95 : 5 (ORV)
ସମୁଦ୍ର ମଧ୍ୟ ତାହାଙ୍କର, ସେ ତାହା ସୃଷ୍ଟି କଲେ; ପୁଣି, ଶୁଷ୍କ ଭୂମି ତାହାଙ୍କ ହସ୍ତନିର୍ମିତ ।
ଗୀତସଂହିତା 95 : 6 (ORV)
ଆହେ, ଆସ, ଉବୁଡ଼ ହୋଇ ପ୍ରଣାମ କରୁ; ଆମ୍ଭମାନଙ୍କ ସୃଷ୍ଟିକର୍ତ୍ତା ସଦାପ୍ରଭୁଙ୍କ ଛାମୁରେ ଆଣ୍ଠୁ ପାତୁନ୍ତ
ଗୀତସଂହିତା 95 : 7 (ORV)
କାରଣ ସେ ଆମ୍ଭମାନଙ୍କର ପରମେଶ୍ଵର, ପୁଣି ଆମ୍ଭେମାନେ ତାହାଙ୍କ ଚରାସ୍ଥାନର ଲୋକ ଓ ତାହାଙ୍କ ହସ୍ତଗତ ମେଷ । ଆହା, ଯେବେ ଆଜି ତୁମ୍ଭେମାନେ ତାହାଙ୍କ ରବ ଶୁଣନ୍ତ ।
ଗୀତସଂହିତା 95 : 8 (ORV)
ଯେପରି ମିରୀବାଃ ନିକଟରେ ଉତ୍ତେଜିତ ହେବା ସମୟରେ, ଯେପରି ପ୍ରାନ୍ତର ମଧ୍ୟରେ ମଃସା ନିକଟରେ ପରୀକ୍ଷା ସମୟରେ, ସେପରି ତୁମ୍ଭେମାନେ ଅନ୍ତଃକରଣ କଠିନ କର ନାହିଁ;
ଗୀତସଂହିତା 95 : 9 (ORV)
ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ ।
ଗୀତସଂହିତା 95 : 10 (ORV)
ଆମ୍ଭେ ଚାଳିଶ ବର୍ଷଯାଏ ସେହି ବଂଶ ପ୍ରତି ବିରକ୍ତ ଥିଲୁ, ପୁଣି କହିଲୁ, ଏହି ଲୋକମାନେ ଅନ୍ତଃକରଣରେ ଭ୍ରାନ୍ତ ଓ ସେମାନେ ଆମ୍ଭର ପଥ ଜାଣି ନାହାନ୍ତିନ୍ତ
ଗୀତସଂହିତା 95 : 11 (ORV)
ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ ।

1 2 3 4 5 6 7 8 9 10 11

BG:

Opacity:

Color:


Size:


Font: