ଗୀତସଂହିତା 98 : 1 (ORV)
ଗୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟ କର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି ।
ଗୀତସଂହିତା 98 : 2 (ORV)
ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି ।
ଗୀତସଂହିତା 98 : 3 (ORV)
ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ଵସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ପରିତ୍ରାଣ ଦେଖିଅଛନ୍ତି ।
ଗୀତସଂହିତା 98 : 4 (ORV)
ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ଵନି କର; ଉଚ୍ଚ ଧ୍ଵନି କର ଓ ଆନନ୍ଦ ଗାନ କର ଓ ପ୍ରଶଂସା ଗାନ କର ।
ଗୀତସଂହିତା 98 : 5 (ORV)
ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ଵରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର ।
ଗୀତସଂହିତା 98 : 6 (ORV)
ତୂରୀ ଓ ଭେରୀ ନାଦରେ ରାଜା ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦଧ୍ଵନି କର ।
ଗୀତସଂହିତା 98 : 7 (ORV)
ସମୁଦ୍ର ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ଗର୍ଜ୍ଜନ କରନ୍ତୁ;
ଗୀତସଂହିତା 98 : 8 (ORV)
ନଦନଦୀଗଣ କରତାଳି ଦେଉନ୍ତୁ; ପର୍ବତଗଣ ଏକସଙ୍ଗେ ଆନନ୍ଦଗାନ କରନ୍ତୁ;
ଗୀତସଂହିତା 98 : 9 (ORV)
ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରନ୍ତୁ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ନ୍ୟାୟରେ ଗୋଷ୍ଠୀବର୍ଗର ବିଚାର କରିବେ ।

1 2 3 4 5 6 7 8 9

BG:

Opacity:

Color:


Size:


Font: