ଗୀତସଂହିତା 99 : 1 (ORV)
ସଦାପ୍ରଭୁ ରାଜ୍ୟ କରନ୍ତି; ଗୋଷ୍ଠୀବର୍ଗ କମ୍ପିତ ହେଉନ୍ତୁ; ସେ କିରୂବଗଣ ଉପରେ ଉପବିଷ୍ଟ; ପୃଥିବୀ ବିଚଳିତ ହେଉ ।
ଗୀତସଂହିତା 99 : 2 (ORV)
ସଦାପ୍ରଭୁ ସିୟୋନରେ ମହାନ ଓ ସେ ସର୍ବଦେଶୀୟମାନଙ୍କ ଉପରେ ଉନ୍ନତ ।
ଗୀତସଂହିତା 99 : 3 (ORV)
ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି ।
ଗୀତସଂହିତା 99 : 4 (ORV)
ରାଜାଙ୍କ ଶକ୍ତି ମଧ୍ୟ ବିଚାର ଭଲ ପାଏ; ତୁମ୍ଭେ ନ୍ୟାୟ ସ୍ଥିର କରୁଥାଅ, ତୁମ୍ଭେ ଯାକୁବ ମଧ୍ୟରେ ବିଚାର ଓ ନ୍ୟାୟ ସାଧନ କରୁଥାଅ ।
ଗୀତସଂହିତା 99 : 5 (ORV)
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି ।
ଗୀତସଂହିତା 99 : 6 (ORV)
ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା ଓ ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ ।
ଗୀତସଂହିତା 99 : 7 (ORV)
ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ ।
ଗୀତସଂହିତା 99 : 8 (ORV)
ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ଵର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ । ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ଵର ହୋଇଥିଲ ।
ଗୀତସଂହିତା 99 : 9 (ORV)
ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁଙ୍କର ପ୍ରତିଷ୍ଠା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ପବିତ୍ର ଅଟନ୍ତି ।
❮
❯