ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 1 (ORV)
ପରେ ମୋତେ ପଦିକା ପରି ଗୋଟିଏ ନଳ ଦତ୍ତ ହେଲା । ଜଣେ ମୋତେ କହିଲେ, ଉଠ, ଈଶ୍ଵରଙ୍କ ମନ୍ଦିର, ବେଦି ଓ ଯେଉଁମାନେ ସେଥିରେ ପୂଜା କରନ୍ତି, ସେମାନଙ୍କୁ ମାପ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 2 (ORV)
କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ବିଜାତିମାନଙ୍କୁ ଦତ୍ତ ହୋଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପୁଣ୍ୟ ନଗରୀକୁ ପଦ ତଳେ ଦଳିତ କରିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 3 (ORV)
ଆଉ ଆମ୍ଭେ ଆମ୍ଭର ଦୁଇ ସାକ୍ଷୀଙ୍କୁ କ୍ଷମତା ଦେବୁ ଯେ, ସେମାନେ ଚଟ ପରିଧାନ କରି ଏକ ସହସ୍ର ଦୁଇ ଶତ ଷାଠିଏ ଦିନ ପର୍ଯ୍ୟନ୍ତ ଭାବବାଣୀ କହିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 4 (ORV)
ସେମାନେ ପୃଥିବୀର ପ୍ରଭୁଙ୍କ ସମ୍ମୁଖରେ ଦଣ୍ତାୟମାନ ହୋଇଥିବା ଦୁଇ ଜୀତ ବୃକ୍ଷ ଓ ଦୁଇ ପ୍ରଦୀପ ସଦୃଶ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 5 (ORV)
କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରିଭାବେ ହତ ହେବାକୁ ହେବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 6 (ORV)
ସେମାନେ ଭାବବାଣୀ କହିବା ସମୟ ମଧ୍ୟରେ ଯେପରି ବୃଷ୍ଟି ନ ହୁଏ, ଏଥିନିମନ୍ତେ ଆକାଶ ରୁଦ୍ଧ କରିବାକୁ ସେମାନଙ୍କର କ୍ଷମତା ଅଛି, ପୁଣି ଯେତେ ଥର ଇଚ୍ଛା, ସେତେ ଥର ଜଳକୁ ରକ୍ତରେ ପରିଣତ କରିବାକୁ ଓ ପୃଥିବୀକୁ ସମସ୍ତ ପ୍ରକାର ମହାମାରୀ ଦ୍ଵାରା ଆଘାତ କରିବାକୁ ମଧ୍ୟ ସେମାନଙ୍କର କ୍ଷମତା ଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 7 (ORV)
ସେମାନଙ୍କ ସାକ୍ଷ୍ୟ ସମାପ୍ତ ହେଲା ଉତ୍ତାରେ ପାତାଳକୁଣ୍ତରୁ ଯେଉଁ ପଶୁ ଉତ୍ଥିତ ହେବ, ସେ ସେମାନଙ୍କ ସହିତ ଯୁଦ୍ଧ କରିବ ଓ ସେମାନଙ୍କୁ ଜୟ କରି ବଧ କରିବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 8 (ORV)
ସେଥିରେ ଯେଉଁ ମହାନଗରୀକୁ ଆତ୍ମିକ ଭାବରେ ସଦୋମ ଓ ମିସର ବୋଲି କୁହାଯାଏ, ଯେଉଁଠାରେ ସେମାନଙ୍କର ପ୍ରଭୁ ମଧ୍ୟ କ୍ରୁଶରେ ହତ ହୋଇଥିଲେ, ସେହି ମହାନଗରୀର ରାଜପଥରେ ସେମାନଙ୍କ ଶବ ପଡ଼ି ରହିବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 9 (ORV)
ଆଉ ନାନା ବଂଶ, ଗୋଷ୍ଠୀ, ଭାଷାବାଦୀ ଓ ଜାତିର ଲୋକେ ସାଢ଼େ ତିନି ଦିନ ପର୍ଯ୍ୟନ୍ତ ସେମାନଙ୍କ ଶବକୁ ଦେଖିବେ ଓ ସମାଧିସ୍ଥ ହେବାକୁ ଦେବେ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 10 (ORV)
ସେତେବେଳେ ପୃଥିବୀ ନିବାସୀମାନେ ସେମାନଙ୍କର ମୃତ୍ୟୁ ସମ୍ଵାଦ ଶୁଣି ଆନନ୍ଦ ଓ ଆମୋଦ-ପ୍ରମୋଦ କରିବେ, ପୁଣି ପରସ୍ପରକୁ ଉପହାର ଦେବେ, କାରଣ ଏହି ଦୁଇ ଭାବବାଦୀ ପୃଥିବୀନିବାସୀମାନଙ୍କୁ ଯନ୍ତ୍ରଣା ଦେଉଥିଲେ, ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 11 (ORV)
ସାଢ଼େ ତିନି ଦିନ ଉତ୍ତାରେ ଈଶ୍ଵରଙ୍କଠାରୁ ଜୀବନ-ବାୟୁ ଆସି ସେମାନଙ୍କଠାରେ ପ୍ରବେଶ କଲା, ସେଥିରେ ସେମାନେ ପାଦରେ ଭରା ଦେଇ ଠିଆ ହେଲେ, ଆଉ ସେମାନଙ୍କୁ ଦେଖିବା ଲୋକମାନେ ମହାଭୟଗ୍ରସ୍ତ ହେଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 12 (ORV)
ସେତେବେଳେ ସେମାନେ ଆକାଶରୁ ଉଚ୍ଚ ସ୍ଵରରେ ଉକ୍ତ ଏହି ବାଣୀ ଶୁଣିଲେ, ଏଠାକୁ ଉଠିଆସ । ସେଥିରେ ସେମାନେ ମେଘାରୂଢ଼ ହୋଇ ସ୍ଵର୍ଗାରୋହଣ କଲେ⇧, ଆଉ ସେମାନଙ୍କର ଶତ୍ରୁମାନେ ସେମାନଙ୍କୁ ଦେଖିଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 13 (ORV)
ସେହି ସମୟରେ ମହା ଭୂମିକମ୍ପ ହେଲା ଓ ନଗରୀର ଦଶମାଂଶ ଭୂମିସାତ୍ ହେଲା, ପୁଣି ଭୂମିକମ୍ପରେ ସାତ ସହସ୍ର ଲୋକ ନିହତ ହେଲେ ଏବଂ ଅବଶିଷ୍ଟ ଲୋକ ଭୀତ ହୋଇ ସ୍ଵର୍ଗସ୍ଥ ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 14 (ORV)
ଦ୍ଵିତୀୟ ସନ୍ତାପ ଗତ ହେଲା; ଦେଖ, ତୃତୀୟ ସନ୍ତାପ ଶୀଘ୍ର ଆସୁଅଛି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 15 (ORV)
ସପ୍ତମ ଦୂତ ତୂରୀଧ୍ଵନୀ କରନ୍ତେ ସ୍ଵର୍ଗରେ ମହାଶଦ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ଵ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ଵ କରିବେଙ୍କ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 16 (ORV)
ସେଥିରେ ଈଶ୍ଵରଙ୍କ ସମ୍ମୁଖରେ ଆପଣା ଆପଣା ସିଂହାସନରେ ଉପବିଷ୍ଟ ଚବିଶ ପ୍ରାଚୀନ ଉବୁଡ଼ ହୋଇ ଈଶ୍ଵରଙ୍କୁ ପ୍ରଣାମ କରି କହିଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 17 (ORV)
ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ଵର, ବର୍ତ୍ତମାନ ଓ ଭୂତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ଵ ଗ୍ରହଣ କରିଅଛ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 18 (ORV)
ବିଜାତିମାନେ କ୍ରୁଦ୍ଧ ହୋଇଥିଲେ, କିନ୍ତୁ ତୁମ୍ଭର କ୍ରୋଧ ଉପସ୍ଥିତ ହେଲା, ପୁଣି ମୃତମାନଙ୍କ ବିଚାର କରିବା ସମୟ ଏବଂ ତୁମ୍ଭର ଦାସ ଭାବବାଦୀମାନଙ୍କୁ, ସାଧୁମାନଙ୍କୁ ଓ ତୁମ୍ଭ ନାମର ଭୟକାରୀ ସାନ ଓ ବଡ଼ ସମସ୍ତ ଲୋକଙ୍କୁସ ପୁରସ୍କାର ଦେବାର ଆଉ ପୃଥିବୀ ବିନାଶକାରୀମାନଙ୍କୁ ବିନାଶ କରିବାର ସମୟ ଉପସ୍ଥିତ ହେଲା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11 : 19 (ORV)
ସେତେବେଳେ ସ୍ଵର୍ଗରେ ଥିବା ଈଶ୍ଵରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମସିନ୍ଦୁକ ଦୃଷ୍ଟ ହେଲା, ପୁଣି ବିଦ୍ୟୁତ୍, ବିଭିନ୍ନ ସ୍ଵର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା ।

1 2 3 4 5 6 7 8 9 10 11 12 13 14 15 16 17 18 19

BG:

Opacity:

Color:


Size:


Font: