ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 1 (ORV)
ଏଫିସ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 2 (ORV)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହନ୍ତି, ସେମାନଙ୍କୁ ପରୀକ୍ଷା କରି, ମିଥ୍ୟାବାଦୀ ବୋଲି ଚିହ୍ନିଅଛ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 3 (ORV)
ପୁଣି ଧୈର୍ଯ୍ୟ ଧରି ଆମ୍ଭ ନାମ ସକାଶେ କଷ୍ଟ ସହିଅଛ ଓ କ୍ଳା; ହୋଇ ନାହଁ, ଏହା ମଧ୍ୟ ଆମ୍ଭେ ଜାଣୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 4 (ORV)
ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ତୁମ୍ଭେ ଆପଣା ଆଦ୍ୟ ପ୍ରେମ ପରିତ୍ୟାଗ କରିଅଛ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 5 (ORV)
ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନ ପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନ ପରିବର୍ତ୍ତନ ନ କର, ତେବେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ଵସ୍ଥାନରୁ ଘୁଞ୍ଚାଇଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 6 (ORV)
ହେଲେ, ତୁମ୍ଭର ଏହି ସଦ୍ଗୁଣ ଅଛି ଯେ, ଆମ୍ଭେ ନୀକଲାୟତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହିସବୁ ଘୃଣା କରୁଅଛ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 7 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ତାହାକୁ ଆମ୍ଭେ ଈଶ୍ଵରଙ୍କ ପାରଦୀଶରେ ଥିବା ଜୀବନବୃକ୍ଷର ଫଳ ଖାଇବାକୁ ଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 8 (ORV)
ସ୍ମୁର୍ଣ୍ଣା ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପ୍ରଥମ ଓ ଶେଷ, ଯେ ମୃତ ହୋଇ ପୁନର୍ଜୀବିତ ହେଲେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 9 (ORV)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କ୍ଳେଶ ଓ ଦୀନତା ଜାଣୁ, (କିନ୍ତୁ ତୁମ୍ଭେ ଧନବାନ), ଆଉ ଯେଉଁମାନେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ମାତ୍ର ପ୍ରକୃତରେ ଯିହୁଦୀ ନୁହଁନ୍ତି, ବରଂ ଶୟତାନର ଦଳ, ସେମାନଙ୍କର ନିନ୍ଦା ମଧ୍ୟ ଆମ୍ଭେ ଜାଣୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 10 (ORV)
ଯେଉଁସବୁଦୁଃଖ ଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରିକାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶ ଦିନ କ୍ଳେଶ ଭୋଗ କରିବ । ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ଵସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ।।ଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 11 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ସେ ଦ୍ଵିତୀୟ ମୃତ୍ୟୁ ଦ୍ଵାରା କୌଣସି ପ୍ରକାରେ କ୍ଷତିଗ୍ରସ୍ତ ହେବ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 12 (ORV)
ପର୍ଗମ ମଣ୍ତଳୀର ଦୂତ ନିକଟକୁ ଲେଖ: ଯାହାଙ୍କର ତୀକ୍ଷ୍ମ ଦ୍ଵିଧାର ଖଡ଼୍‍ଗ ଅଛି, ସେ ଏହା କହନ୍ତି,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 13 (ORV)
ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ଵସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ଵାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ଵୀକାର କରି ନ ଥିଲ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 14 (ORV)
କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କିଛି କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ଵୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 15 (ORV)
ସେହିପରି ମଧ୍ୟ ନୀକଲାୟତୀୟ ମତାବଲମ୍ଵୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 16 (ORV)
ଏଣୁ ମନ ପରିବର୍ତ୍ତନ କର; ନୋହିଲେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ସ୍ଵମୁଖନିଃସୃତ ଖଡ଼୍‍ଗ ଦ୍ଵାରା ସେମାନଙ୍କ ସଙ୍ଗେ ଯୁଦ୍ଧ କରିବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 17 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ । ଯେ ଜୟ କରେ, ତାହାକୁ ଆମ୍ଭେ ଗୁପ୍ତ ମାନ୍ନା ଦେବୁ, ପୁଣି ଯେଉଁ ନାମ ଗ୍ରହଣକର୍ତ୍ତା ବିନା ଅନ୍ୟ କେହି ଜାଣେ ନାହିଁ, ଏପରି ନୂତନ ନାମ, ଲିଖିତ ଏକ ଶ୍ଵେତ ପ୍ରସ୍ତର ତାହାକୁ ଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 18 (ORV)
ଥୁୟତୀରା ମଣ୍ତଳୀର ଦୂତ ନିକଟକୁ ଲେଖ: ଈଶ୍ଵରଙ୍କ ଯେଉଁ ପୁତ୍ରଙ୍କ ଚକ୍ଷୁ ପ୍ରଜ୍ଵଳିତ ଅଗ୍ନିଶିଖା ସଦୃଶ ଓ ପାଦ ଉଜ୍ଜ୍ଵଳ ପିତ୍ତଳ ତୁଲ୍ୟ, ସେ ଏହା କହନ୍ତି,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 19 (ORV)
ଆମ୍ଭେ ତୁମ୍ଭର କର୍ମ, ପ୍ରେମ, ବିଶ୍ଵାସ, ସେବା ଓ ଧୈର୍ଯ୍ୟ ଜାଣୁ, ପୁଣି ତୁମ୍ଭର ବର୍ତ୍ତମାନ କର୍ମ ତୁମ୍ଭର ପୂର୍ବ କର୍ମଗୁଡ଼ିକ ଅପେକ୍ଷା ଯେ ଅଧିକ, ଏହା ମଧ୍ୟ ଜାଣୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 20 (ORV)
ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 21 (ORV)
ଆମ୍ଭେ ତାହାକୁ ମନ ପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନ ପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 22 (ORV)
ଦେଖ, ଆମ୍ଭେ ତାହାକୁ ଶଯ୍ୟାଶାୟୀ କରିବୁ, ଆଉ ଯେଉଁମାନେ ତାହା ସହିତ ବ୍ୟଭିଚାର କରନ୍ତି, ସେମାନେ ତାହାର କର୍ମର ସହଭାଗିତାରୁ ମନ ପରିବର୍ତ୍ତନ ନ କଲେ ଆମ୍ଭେ ସେମାନଙ୍କୁ ମହାକ୍ଳେଶରେ ପକାଇବୁ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 23 (ORV)
ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ଵାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ତଳୀଗଣ ଜାଣିବେ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 24 (ORV)
କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍, ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ଵୀ ନୁହଁ ଓ ଯାହାକୁ ଶୟତାନର ନିଗୂଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 25 (ORV)
କେବଳ ତୁମ୍ଭମାନଙ୍କଠାରେ ଯାହା ଅଛି, ତାହା ଆମ୍ଭର ଆଗମନ ପର୍ଯ୍ୟନ୍ତ ଦୃଢ଼ ରୂପେ ଧରି ରଖ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 26 (ORV)
ଯେ ଜୟ କରେ ଓ ଶେଷ ପର୍ଯ୍ୟନ୍ତ ଆମ୍ଭର କର୍ମ କରେ, ଆମ୍ଭେ ଯେପରି ଆମ୍ଭର ପିତାଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇଅଛୁ, ତାହାକୁ ମଧ୍ୟ ସେହିପରି ସମସ୍ତ ଜାତି ଉପରେ କ୍ଷମତା ଦେବୁ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 27 (ORV)
ସେ ସେମାନଙ୍କୁ ଲୌହଦଣ୍ତ ଦ୍ଵାରା ଶାସନ କରିବ, ଆଉ ସେମାନେ କୁମ୍ଭକାରର ପାତ୍ର ପରି ଖଣ୍ତ ଖଣ୍ତ ହେବେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 28 (ORV)
ପୁଣି ଆମ୍ଭେ ତାହାକୁ ପ୍ରଭାତୀତାରା ଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2 : 29 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: