ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 1 (ORV)
ସାର୍ଦ୍ଦୀ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ଈଶ୍ଵରଙ୍କ ସପ୍ତ ଆତ୍ମା ଓ ସପ୍ତ ନକ୍ଷତ୍ର ଧାରଣ କରନ୍ତି, ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ନାମରେ ଜୀବିତ, ମାତ୍ର ପ୍ରକୃତରେ ମୃତ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 2 (ORV)
ଜାଗ୍ରତ ହୁଅ, ପୁଣି ଲୁପ୍ତପ୍ରାୟ ଅବଶିଷ୍ଟ ବିଷୟସବୁକୁ ସବଳ କର; କାରଣ ଆମ୍ଭେ ତୁମ୍ଭର କର୍ମସବୁକୁ ଆମ୍ଭର ଈଶ୍ଵରଙ୍କ ଛାମୁରେ ସିଦ୍ଧ ବୋଲି ଦେଖି ନାହୁଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 3 (ORV)
ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନ ପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 4 (ORV)
ତଥାପି ଯେଉଁମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 5 (ORV)
ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ଵୀକାର କରିବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 6 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 7 (ORV)
ଫିଲାଦେଲ୍ଫିଆ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର କଞ୍ଚି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 8 (ORV)
ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ଵାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ଵୀକାର କରି ନାହଁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 9 (ORV)
ଦେଖ, ଯେଉଁମାନେ ଯିହୁଦୀ ନୁହଁନ୍ତି, କିନ୍ତୁ ମିଥ୍ୟାରେ ଆପଣାମାନଙ୍କୁ ଯିହୁଦୀ ବୋଲି କହନ୍ତି, ଏପରି ଶୟତାନର ଦଳର ଲୋକମାନଙ୍କୁ ଆମ୍ଭେ ଆଣି ତୁମ୍ଭର ଚରଣ ତଳେ ପ୍ରଣାମ କରାଇବୁ, ଆଉ ଆମ୍ଭେ ଯେ ତୁମ୍ଭକୁ ପ୍ରେମ କରିଅଛୁ, ଏହା ସେମାନଙ୍କୁ ଜ୍ଞାତ କରାଇବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 10 (ORV)
ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 11 (ORV)
ଆମ୍ଭେ ଶୀଘ୍ର ଆସୁଅଛୁନ୍ତ ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 12 (ORV)
ଯେ ଜୟ କରେ, ଆମ୍ଭେ ତାହାକୁ ଆମ୍ଭର ଈଶ୍ଵରଙ୍କ ମନ୍ଦିରର ସ୍ତମ୍ଭ ସ୍ଵରୂପ କରିବୁ, ସେ ଆଉ ସେଠାରୁ ବାହାରକୁ ଯିବ ନାହିଁ; ଆମ୍ଭେ ଆମ୍ଭର ଈଶ୍ଵରଙ୍କ ନାମ ଓ ସ୍ଵର୍ଗରୁ ତାହାଙ୍କଠାରୁ ଆଗତ ଯେଉଁ ନୂତନ ଯିରୂଶାଲମ, ଆମ୍ଭର ଈଶ୍ଵରଙ୍କ ସେହି ନଗରୀର ନାମ ପୁଣି ଆମ୍ଭ ନିଜର ନୂତନ ନାମ ତାହା ଉପରେ ଲେଖିବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 13 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 14 (ORV)
ଲାଅଦିକୀଆ ମଣ୍ତଳୀର ଦୂତ ନିକଟକୁ ଲେଖ: ଯେ ସତ୍, ଯେ ବିଶ୍ଵସ୍ତ ଓ ସତ୍ୟ ସାକ୍ଷୀ, ଯେ ଈଶ୍ଵରଙ୍କ ସୃଷ୍ଟିର ଆଦିକର୍ତ୍ତା, ସେ ଏହା କହନ୍ତି,
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 15 (ORV)
ଆମ୍ଭେ ତୁମ୍ଭର କର୍ମ ଜାଣୁ, ତୁମ୍ଭେ ଶୀତଳ ନୁହଁ କି ଉଷ୍ଣ ହିଁ ନୁହଁ; ତୁମ୍ଭେ ଶୀତଳ କି ଉଷ୍ଣ ହେଲେ ଭଲ ହୁଅନ୍ତା ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 16 (ORV)
ଏଣୁ ତୁମ୍ଭେ ଶୀତଳ କି ଉଷ୍ଣ ନ ହୋଇ ଈଷଦୁଷ୍ଣ ହେବାରୁ ଆମ୍ଭେ ତୁମ୍ଭକୁ ଆପଣା ମୁଖରୁ ଉଦ୍ଗାର କରିବାକୁ ଯାଉଅଛୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 17 (ORV)
ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 18 (ORV)
ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 19 (ORV)
ଆମ୍ଭେ ଯେତେ ଲୋକଙ୍କୁ ଭଲ ପାଉ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନ ପରିବର୍ତ୍ତନ କର ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 20 (ORV)
ଦେଖ, ଆମ୍ଭେ ଦ୍ଵାର ନିକଟରେ ଠିଆ ହୋଇ ଆଘାତ କରୁଅଛୁ; ଯଦି କେହି ଆମ୍ଭର ସ୍ଵର ଶୁଣି ଦ୍ଵାର ଫିଟାଇଦେବ, ତାହାହେଲେ ଆମ୍ଭେ ପ୍ରବେଶ କରି ତାହା ନିକଟକୁ ଯିବୁ, ପୁଣି ଆମ୍ଭେ ତାହା ସହିତ ଭୋଜନ କରିବୁ ଓ ସେ ଆମ୍ଭ ସହିତ ଭୋଜନ କରିବ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 21 (ORV)
ଆମ୍ଭେ ଯେପରି ଜୟ କରି ଆମ୍ଭର ପିତାଙ୍କ ସହିତ ତାହାଙ୍କ ସିଂହାସନରେ ବସିଅଛୁ, ସେପରି ଯେ ଜୟ କରେ, ଆମ୍ଭେ ତାହାଙ୍କୁ ଆମ୍ଭ ସହିତ ଆମ୍ଭର ସିଂହାସନରେ ବସିବାକୁ ଦେବୁ ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3 : 22 (ORV)
ମଣ୍ତଳୀଗଣଙ୍କୁ ଆତ୍ମା କଅଣ କହନ୍ତି, ଯାହାର କର୍ଣ୍ଣ ଅଛି, ସେ ତାହା ଶୁଣୁ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22

BG:

Opacity:

Color:


Size:


Font: