ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 1 (ORV)
ଅତଏବ, ହେ ମନୁଷ୍ୟ, ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଯେକେହି ହୁଅ, ତୁମ୍ଭର ଉତ୍ତର ଦେବାର ବାଟ ନାହିଁ; କାରଣ ଯେଉଁ ବିଷୟରେ ତୁମ୍ଭେ ଅନ୍ୟର ବିଚାର କରୁଥାଅ, ସେହି ବିଷୟରେ ତୁମ୍ଭେ ଆପଣାକୁ ଦୋଷୀ କରୁଥାଅ, ଯେଣୁ ବିଚାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ନିଜେ ସେହିପ୍ରକାର କର୍ମ କରୁଥାଅ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 2 (ORV)
ଆଉ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କ ବିରୁଦ୍ଧରେ ଈଶ୍ଵରଙ୍କ ବିଚାର ଯେ ନ୍ୟାୟ-ସଙ୍ଗତ, ଏହା ଆମ୍ଭେମାନେ ଜାଣୁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 3 (ORV)
ଆଉ, ହେ ମନୁଷ୍ୟ, ଯେଉଁମାନେ ଏହିପ୍ରକାର କର୍ମ କରନ୍ତି, ସେମାନଙ୍କର ବିଚାର କରି ଆପେ ସେହିପ୍ରକାର କରୁଥାଅ ଯେ ତୁମ୍ଭେ, ତୁମ୍ଭେ ଈଶ୍ଵରଙ୍କ ବିଚାରରୁ ପଳାୟନ କରି ପାର ବୋଲି କଅଣ ମନେ କରୁଅଛ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 4 (ORV)
କିମ୍ଵା ଈଶ୍ଵରଙ୍କ କୃପା ଯେ ତୁମ୍ଭକୁ ମନପରିବର୍ତ୍ତନ ଆଡ଼କୁ ଘେନିଯିବାକୁ ଚେଷ୍ଟା କରେ, ଏହା ନ ଜାଣି ତୁମ୍ଭେ କି ତାହାଙ୍କର କୃପା, ଧୈର୍ଯ୍ୟ ଓ ଚିରସହିଷ୍ଣୁତାରୂପ ଧନସବୁ ତୁଚ୍ଛ କରୁଅଛ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 5 (ORV)
କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଈଶ୍ଵରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 6 (ORV)
ସେ ପ୍ରତ୍ୟେକ ଲୋକକୁ ନିଜ ନିଜ କର୍ମାନୁସାରେ ଫଳ ଦେବେ;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 7 (ORV)
ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ଵେଷଣ କରନ୍ତି, ସେମାନଙ୍କୁ ଅନ; ଜୀବନ ପ୍ରଦାନ କରିବେ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 8 (ORV)
କିନ୍ତୁ ଯେଉଁମାନେ ସ୍ଵାର୍ଥପର, ପୁଣି ସତ୍ୟର ଅନାଜ୍ଞା-ବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 9 (ORV)
ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ଦୁଷ୍କର୍ମକାରୀ ଲୋକର ପ୍ରାଣ ଉପରେ କ୍ଳେଶ ଓ ସଙ୍କଟ ଘଟିବ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 10 (ORV)
ମାତ୍ର ପ୍ରଥମରେ ଯିହୁଦୀ ଓ ମଧ୍ୟ ଗ୍ରୀକ୍, ପ୍ରତ୍ୟେକ ସତ୍କର୍ମକାରୀ ପ୍ରତି ଗୌରବ, ସମ୍ମାନ ଓ ଶାନ୍ତି ଘଟିବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 11 (ORV)
କାରଣ ଈଶ୍ଵରଙ୍କ ନିକଟରେ ମୁଖାପେକ୍ଷା ନାହିଁ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 12 (ORV)
ଯେଣୁ ଯେତେ ବ୍ୟବସ୍ଥାବିହୀନ ହୋଇ ପାପ କରିଅଛନ୍ତି, ସେମାନେ ମଧ୍ୟ ବ୍ୟବସ୍ଥା ବିନା ବିନଷ୍ଟ ହେବେ; ଆଉ, ଯେତେ ବ୍ୟବସ୍ଥା ପ୍ରାପ୍ତ ହୋଇ ପାପ କରିଅଛନ୍ତି, ସେମାନେ ବ୍ୟବସ୍ଥାନୁସାରେ ବିଚାରିତ ହେବେ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 13 (ORV)
କାରଣ ବ୍ୟବସ୍ଥାର ଶ୍ରୋତାମାନେ ଈଶ୍ଵରଙ୍କ ସାକ୍ଷାତରେ ଧାର୍ମିକ ନୁହନ୍ତି, କିନ୍ତୁ ବ୍ୟବସ୍ଥା ପାଳନକାରୀମାନେ ଧାର୍ମିକ ଗଣିତ ହେବେ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 14 (ORV)
ଯେଣୁ ବିଜାତିମାନଙ୍କର ସେହି ବ୍ୟବସ୍ଥା ନ ଥିଲେ ସୁଦ୍ଧା, ଯେତେବେଳେ ସେମାନେ ସ୍ଵାଭାବିକ ଭାବରେ ବ୍ୟବସ୍ଥାନୁଯାୟୀ କର୍ମ କରନ୍ତି, ସେତେବେଳେ ସେମାନେ ବ୍ୟବସ୍ଥା ନ ପାଇଲେ ହେଁ ଆପେ ଆପଣା ଆପଣା ପ୍ରତି ବ୍ୟବସ୍ଥା ସ୍ଵରୂପ ଅଟନ୍ତି;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 15 (ORV)
କାରଣ ସେମାନେ ବ୍ୟବସ୍ଥାର କର୍ମ ଆପଣା ଆପଣା ହୃଦୟରେ ଲିଖିତ ବୋଲି ଦେଖାନ୍ତି, ସେମାନଙ୍କ ବିବେକ ମଧ୍ୟ ସେଥିର ସାକ୍ଷ୍ୟ ଦିଏ, ଆଉ ସେମାନଙ୍କ ମନର ତର୍କବିତର୍କ ସେମାନଙ୍କୁ ଦୋଷୀ କିଅବା ନିର୍ଦ୍ଦୋଷ କରେ;
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 16 (ORV)
ଯେଉଁ ଦିନରେ ଈଶ୍ଵର ମୋହର ସୁସମାଚାର ଅନୁସାରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 17 (ORV)
କିନ୍ତୁ ଯଦି ତୁମ୍ଭେ ଯିହୁଦୀ ନାମ ବହନ କରି ବ୍ୟବସ୍ଥା ଉପରେ ନିର୍ଭର କରୁଅଛ ଓ ଈଶ୍ଵରଙ୍କଠାରେ ଗର୍ବ କରୁଅଛ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 18 (ORV)
ଆଉ ବ୍ୟବସ୍ଥାରୁ ଶିକ୍ଷା ପ୍ରାପ୍ତ ହୋଇ ତାହାଙ୍କ ଇଚ୍ଛା ଜାଣୁଅଛ, ପୁଣି ଭଲ ମନ୍ଦର ପ୍ରଭେଦ ବୁଝୁଅଛ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 19 (ORV)
ଆଉ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 20 (ORV)
ଯଦି ତୁମ୍ଭେ ଆପଣାକୁ ଅନ୍ଧର ପଥପ୍ରଦର୍ଶକ, ଅନ୍ଧକାରବାସୀଙ୍କର ଆଲୋକ, ମୂର୍ଖର ସଂସ୍କାରକ ଓ ଶିଶୁମାନଙ୍କର ଶିକ୍ଷକ ବୋଲି ବିଶ୍ଵାସ କରୁଅଛ,
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 21 (ORV)
ତେବେ ପରକୁ ଶିକ୍ଷା ଦେଉଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ଆପଣାକୁ ଶିକ୍ଷା ଦେଉ ନାହଁ? ଚୋରି କର ନାହିଁ ବୋଲି ପ୍ରଚାର କରି ତୁମ୍ଭେ କି ଚୋରି କରୁଅଛ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 22 (ORV)
ବ୍ୟଭିଚାର କର ନାହିଁ ବୋଲି କହି ତୁମ୍ଭେ କି ବ୍ୟଭିଚାର କରୁଅଛ? ପ୍ରତିମା ଘୃଣା କରୁଅଛ ଯେ ତୁମ୍ଭେ, ତୁମ୍ଭେ କଅଣ ମନ୍ଦିର ଲୁଣ୍ଠନ କରୁଅଛ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 23 (ORV)
ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ବ୍ୟବସ୍ଥା ଲଙ୍ଘନ ଦ୍ଵାରା ତୁମ୍ଭେ କି ଈଶ୍ଵରଙ୍କୁ ଅନାଦର କରୁ ନାହଁ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 24 (ORV)
କାରଣ ଯେପରି ଲେଖାଅଛି, “ତୁମ୍ଭମାନଙ୍କ ହେତୁ ବିଜାତିମାନଙ୍କ ମଧ୍ୟରେ ଈଶ୍ଵରଙ୍କ ନାମ ନିନ୍ଦିତ ହେଉଅଛି ।”
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 25 (ORV)
ଯଦି ତୁମ୍ଭେ ବ୍ୟବସ୍ଥା ପାଳନ କର, ତେବେ ପ୍ରକୃତରେ ସୁନ୍ନତ୍ ଲାଭଜନକ, କିନ୍ତୁ ଯଦି ବ୍ୟବସ୍ଥା ଲଙ୍ଘନ କର, ତେବେ ତୁମ୍ଭର ସୁନ୍ନତ୍ ଅସୁନ୍ନତରେ ପରିଣତ ହୁଏ ।ଗାଲା. ୫:୩
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 26 (ORV)
ଅତଏବ, ଯଦି ଅସୁନ୍ନତି ଲୋକ ବ୍ୟବସ୍ଥାର ବିଧିବିଧାନ ପାଳନ କରେ, ତେବେ ତାହାର ଅସୁନ୍ନତ କଅଣ ସୁନ୍ନତ ବୋଲି ଗଣିତ ହେବ ନାହିଁ?
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 27 (ORV)
ପୁଣି, ସ୍ଵାଭାବିକ ଅସୁନ୍ନତି ଲୋକ ଯଦି ବ୍ୟବସ୍ଥା ପାଳନ କରେ, ତେବେ ଲିଖିତ ବ୍ୟବସ୍ଥା ଓ ସୁନ୍ନତ ବିଧି ପ୍ରାପ୍ତ ହୋଇ ସୁଦ୍ଧା ବ୍ୟବସ୍ଥା ଲଙ୍ଘନ କରୁଅଛ ଯେ ତୁମ୍ଭେ, ସେ ତୁମ୍ଭର ବିଚାର କରିବ ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 28 (ORV)
କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁନ୍ତ
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2 : 29 (ORV)
କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ । ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ଵରଙ୍କଠାରୁ ପ୍ରାପ୍ତ ହୁଏ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21 22 23 24 25 26 27 28 29

BG:

Opacity:

Color:


Size:


Font: