ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 1 (ORV)
କର୍ତ୍ତୃପକ୍ଷ ଓ କ୍ଷମତାପ୍ରାପ୍ତ ବ୍ୟକ୍ତିମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 2 (ORV)
କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ, ପୁଣି ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 3 (ORV)
କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ, ପୁଣି ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳ କ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 4 (ORV)
କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ଵରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 5 (ORV)
ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ପୁନର୍ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ଵାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 6 (ORV)
ସେହି ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳିଦେଲେ,
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 7 (ORV)
ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନ; ଜୀବନର ଅଧିକାରୀ ହେବୁ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 8 (ORV)
ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ଵରଙ୍କଠାରେ ବିଶ୍ଵାସକାରୀମାନେ ସମସ୍ତ ସତ୍କର୍ମରେ ବ୍ୟାପୃତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥିନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ଼ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 9 (ORV)
କିନ୍ତୁ ବିତଣ୍ତା ବାଦାନୁବାଦ, ବଂଶାବଳୀ, ବିରୋଧ ଓ ବ୍ୟବସ୍ଥା ବିଷୟକ ବାଗ୍ଯୁଦ୍ଧରୁ ଅନ୍ତର ହୁଅ, କାରଣ ସେହିସବୁ କ୍ଷତିଜନକ ଓ ଅସାର ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 10 (ORV)
ଯେଉଁ ଲୋକ ଭ୍ରାନ୍ତ ମତାବଲମ୍ଵୀ, ତାହାକୁ ଥରେ, ଦୁଇ ଥର ଅନୁଯୋଗ କଲା ଉତ୍ତାରେ ତାହାଠାରୁ ପୃଥକ ରୁହ;
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 11 (ORV)
ଏହିପରି ଲୋକ ଯେ ପଥଭ୍ରଷ୍ଟ ହୋଇଅଛି ଓ ପାପ କରି ଆପଣାକୁ ଆପେ ଦୋଷୀ କରେ, ଏହାତ ତୁମ୍ଭେ ଜାଣ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 12 (ORV)
ଯେତେବେଳେ ମୁଁ ତୁମ୍ଭ ନିକଟକୁ ଆର୍ତ୍ତେମା କିମ୍ଵା ତୁଖିକଙ୍କୁ ପଠାଇବି, ସେତେବେଳେ ନୀକପଲିକୁ ମୋʼ ପାଖକୁ ଆସିବା ପାଇଁ ଯନି କର, କାରଣ ସେଠାରେ ଶୀତକାଳ କ୍ଷେପଣ କରିବାକୁ ମୁଁ ସ୍ଥିର କରିଅଛି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 13 (ORV)
ବ୍ୟବସ୍ଥାଶାସ୍ତ୍ରଜ୍ଞ ଜୀନା ଓ ଆପଲ୍ଲଙ୍କୁ ଯନିପୂର୍ବକ ବାଟ ବଳାଇଦିଅ, ଯେପରି ସେମାନଙ୍କର କୌଣସି ଅଭାବ ନ ହୁଏ ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 14 (ORV)
ଆମ୍ଭମାନଙ୍କ ଲୋକମାନେ ମଧ୍ୟ ପ୍ରୟୋଜନୀୟ ଉପକାର ନିମନ୍ତେ ସତ୍କର୍ମରେ ବ୍ୟାପୃତ ରହିବାକୁ ଶିଖନ୍ତୁ, ଯେପରି ସେମାନେ ଫଳହୀନ ନ ହୁଅନ୍ତି ।
ତୀତସଙ୍କ ନିକଟକୁ ପ୍ରେରିତ ପାଉଲଙ୍କର ପତ୍ 3 : 15 (ORV)
ମୋʼ ସଙ୍ଗରେ ଥିବା ସମସ୍ତେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ବିଶ୍ଵାସ ସମ୍ଵନ୍ଧରେ ଯେଉଁମାନେ ଆମ୍ଭମାନଙ୍କୁ ସ୍ନେହ କରନ୍ତି, ସେମାନଙ୍କୁ ନମସ୍କାର ଜଣାଅ । ତୁମ୍ଭ ସମସ୍ତଙ୍କ ପ୍ରତି ଅନୁଗ୍ରହ ବର୍ତ୍ତୁ ।
❮
❯