ଯିଖରିୟ 1 : 1 (ORV)
ଦାରୀୟାବସ୍ର ଅଧିକାରର ଦ୍ଵିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିଖରିୟ 1 : 2 (ORV)
ସଦାପ୍ରଭୁ ତୁମ୍ଭମାନଙ୍କର ପିତୃପୁରୁଷଗଣର ପ୍ରତି ଅତିଶୟ ବିରକ୍ତ ହୋଇଥିଲେ ।
ଯିଖରିୟ 1 : 3 (ORV)
ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
ଯିଖରିୟ 1 : 4 (ORV)
ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍-ବକ୍ତାମାନେ ଉଚ୍ଚୈଃସ୍ଵରରେ କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର । ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି ।
ଯିଖରିୟ 1 : 5 (ORV)
ତୁମ୍ଭମାନଙ୍କର ପୂର୍ବପୁରୁଷମାନେ କେଉଁଠାରେ? ଓ ଭବିଷ୍ୟଦ୍ବକ୍ତାମାନେ କି ଚିରକାଳ ଅଛନ୍ତି?
ଯିଖରିୟ 1 : 6 (ORV)
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେ ଯେ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ଗୋଡ଼ାଇ ଧରିଲା ନାହିଁଣ? ତହିଁରେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ତଦ୍ରୂପ ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି ।
ଯିଖରିୟ 1 : 7 (ORV)
ଦାରୀୟାବସ୍ର ଦ୍ଵିତୀୟ ବର୍ଷ ଏକାଦଶ ମାସର, ଅର୍ଥାତ୍, ଶବାଟ ମାସର ଚତୁର୍ବିଂଶ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
ଯିଖରିୟ 1 : 8 (ORV)
ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ଵାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ତୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ଵଗଣ ଥିଲେ ।
ଯିଖରିୟ 1 : 9 (ORV)
ଏଥିରେ ମୁଁ କହିଲି, ହେ ମୋହର ପ୍ରଭୁ, ଏସବୁ କଅଣ? ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା ।
ଯିଖରିୟ 1 : 10 (ORV)
ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇ ଅଛନ୍ତି ।
ଯିଖରିୟ 1 : 11 (ORV)
ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି ।
ଯିଖରିୟ 1 : 12 (ORV)
ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ତିନି କୋଡ଼ି ଦଶ ବର୍ଷଯାକ ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ କାଳ ଦୟା କରିବ ନାହିଁ?
ଯିଖରିୟ 1 : 13 (ORV)
ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ଵନାଦାୟକ କଥା କହିଲେ ।
ଯିଖରିୟ 1 : 14 (ORV)
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଅନ୍ତର୍ଜ୍ଵାଳାରେ ଜ୍ଵାଳାଯୁକ୍ତ ଅଛୁ ।
ଯିଖରିୟ 1 : 15 (ORV)
ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟ; ବିରକ୍ତ ଅଛୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶ ବୃଦ୍ଧିର ସାହାଯ୍ୟ କଲେ ।
ଯିଖରିୟ 1 : 16 (ORV)
ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିଲୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ଵାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
ଯିଖରିୟ 1 : 17 (ORV)
ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ଵନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ ।
ଯିଖରିୟ 1 : 18 (ORV)
ଅନନ୍ତର ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ ଚାରି ଶୃଙ୍ଗ ।
ଯିଖରିୟ 1 : 19 (ORV)
ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, ଏସବୁ କଅଣ? ତହୁଁ ସେ ମୋତେ ଉତ୍ତର କଲେ, ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି ।
ଯିଖରିୟ 1 : 20 (ORV)
ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ ।
ଯିଖରିୟ 1 : 21 (ORV)
ତେବେ ମୁଁ କହିଲି,ଏମାନେ କଅଣ କରିବା ପାଇଁ ଆସିଅଛନ୍ତି? ତହିଁରେ ସେ କହିଲେ, ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: