ଯିଖରିୟ 13 : 1 (ORV)
ସେଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀ- ଗଣର ପ୍ରତି ଏକ ନିର୍ଝର ଖୋଲାଯିବ ।
ଯିଖରିୟ 13 : 2 (ORV)
ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେଦିନ ଆମ୍ଭେ ଦେଶରୁ ପ୍ରତିମାଗଣର ନାମ ଉଚ୍ଛିନ୍ନ କରିବା ଓ ସେମାନେ ଆଉ ସ୍ମରଣ କରା ଯିବେ ନାହିଁ ଆହୁରି, ଆମ୍ଭେ ଦେଶରୁ ଭବିଷ୍ୟଦ୍ବକ୍ତାଗଣଙ୍କୁ ଓ ଅଶୁଚିତାର ଆତ୍ମାକୁ ବାହାର କରାଇବା ।
ଯିଖରିୟ 13 : 3 (ORV)
ଆଉ, କେହି ଯେବେ ପୁନର୍ବାର ଭବିଷ୍ୟଦ୍ବାକ୍ୟ ପ୍ରଚାର କରେ, ତେବେ ତାହାର ଜନ୍ମଦାତା ପିତା ଓ ମାତା ତାହାକୁ କହିବେ, ତୁମ୍ଭେ ବଞ୍ଚିବ ନାହିଁ; କାରଣ ତୁମ୍ଭେ ସଦାପ୍ରଭୁଙ୍କ ନାମରେ ମିଥ୍ୟା କହୁଅଛ; ଆଉ, ସେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ତାହାର ଜନ୍ମଦାତା ପିତା ଓ ମାତା ତାହାକୁ ଅସ୍ତ୍ରବିଦ୍ଧ କରିବେ ।
ଯିଖରିୟ 13 : 4 (ORV)
ପୁଣି, ସେଦିନ ଭବିଷ୍ୟଦ୍ବକ୍ତାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲା ବେଳେ, ପ୍ରତ୍ୟେକ ଆପଣା ଆପଣା ଦର୍ଶନ ବିଷୟରେ ଲଜ୍ଜିତ ହେବେ ଓ ପ୍ରତାରଣା କରିବା ପାଇଁ ସେମାନେ ଲୋମଶ ବସ୍ତ୍ର ପରିଧାନ କରିବେ ନାହିଁ;
ଯିଖରିୟ 13 : 5 (ORV)
ମାତ୍ର ସେ କହିବ, ମୁଁ ଭବିଷ୍ୟଦ୍ବକ୍ତା ନୁହେଁ, ମୁଁ କୃଷକ; କାରଣ ବାଲ୍ୟକାଳରୁ କ୍ରୀତଦାସ ହୋଇଅଛି ।
ଯିଖରିୟ 13 : 6 (ORV)
ପୁଣି, ତୁମ୍ଭର ଦୁଇ ବାହୁ ମଧ୍ୟରେ ଏହି କ୍ଷତଦାଗସବୁ କଅଣ? ଏହା କେହି ତାହାକୁ ପଚାରିଲେ, ସେ ଉତ୍ତର କରିବ, ମୁଁ ଆପଣା ବନ୍ଧୁମାନଙ୍କ ଗୃହରେ ଯେଉଁ ଆଘାତ ପାଇଥିଲି, ଏସବୁ ସେହି ।
ଯିଖରିୟ 13 : 7 (ORV)
ହେ ଖଡ଼୍‍ଗ, ଆମ୍ଭ ପାଳକର ବିରୁଦ୍ଧରେ ଓ ଆମ୍ଭ ସଖା-ମନୁଷ୍ୟର ବିରୁଦ୍ଧରେ ଜାଗ୍ରତ ହୁଅ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ପାଳକକୁ ଆଘାତ କର, ତହିଁରେ ମେଷଗଣ ଛିନ୍ନଭିନ୍ନ ହୋଇଯିବେ ଓ ଆମ୍ଭେ କ୍ଷୁଦ୍ର ଲୋକମାନଙ୍କର ଉପରେ ଆପଣା ହସ୍ତ ଫେରାଇବା ।
ଯିଖରିୟ 13 : 8 (ORV)
ପୁଣି, ସଦାପ୍ରଭୁ କହନ୍ତି, ସମୁଦାୟ ଦେଶର ଦୁଇ ଅଂଶ ଲୋକ ଉଚ୍ଛିନ୍ନ ହୋଇ ମରିବେ; ମାତ୍ର ତୃତୀୟାଂଶ ତହିଁ ମଧ୍ୟରେ ଛଡ଼ାଯିବେ।
ଯିଖରିୟ 13 : 9 (ORV)
ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁବର୍ଣ୍ଣ ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା । ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା । ଆମ୍ଭେ କହିବା, ଏମାନେ ଆମ୍ଭର ଲୋକ; ଆଉ, ସେମାନେ କହିବେ, ସଦାପ୍ରଭୁ ଆମ୍ଭର ପରମେଶ୍ଵର ଅଟନ୍ତି ।

1 2 3 4 5 6 7 8 9

BG:

Opacity:

Color:


Size:


Font: