ଯିଖରିୟ 14 : 1 (ORV)
ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ ।
ଯିଖରିୟ 14 : 2 (ORV)
କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ଓ ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ ।
ଯିଖରିୟ 14 : 3 (ORV)
ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ ।
ଯିଖରିୟ 14 : 4 (ORV)
ପୁଣି, ସେଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ ।
ଯିଖରିୟ 14 : 5 (ORV)
ଆଉ, ତୁମ୍ଭେମାନେ ଆମ୍ଭ ପର୍ବତଗଣର ଉପତ୍ୟକା ଦେଇ ପଳାୟନ କରିବ; କାରଣ ପର୍ବତଗଣର ଉପତ୍ୟକା ଆତ୍ସଲ ପର୍ଯ୍ୟନ୍ତ ଯିବ; ହଁ, ତୁମ୍ଭେମାନେ ଯିହୁଦାର ରାଜା ଉଷିୟର ସମୟରେ ଯେପରି ଭୂମିକମ୍ପର ଆଗରୁ ପଳାୟନ କଲେ, ସେପରି ପଳାୟନ କରିବ । ଆଉ, ସଦାପ୍ରଭୁ ମୋʼ ପରମେଶ୍ଵର ଆସିବେ ଓ ତାହାଙ୍କ ସଙ୍ଗେ ସବୁ ପବିତ୍ର ପ୍ରାଣୀମାନେ ଆସିବେ ।
ଯିଖରିୟ 14 : 6 (ORV)
ପୁଣି, ସେଦିନ ଏପରି ଘଟିବ ଯେ, ଦୀପ୍ତି ଉଜ୍ଜ୍ଵଳ ଓ ଅନ୍ଧକାର ହେବ ନାହିଁ ।
ଯିଖରିୟ 14 : 7 (ORV)
ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ଵ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ ଓ ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ ।
ଯିଖରିୟ 14 : 8 (ORV)
ପୁଣି, ସେଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ ।
ଯିଖରିୟ 14 : 9 (ORV)
ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେଦିନ ସଦାପ୍ରଭୁ ଅଦ୍ଵିତୀୟ ହେବେ ଓ ତାହାଙ୍କର ନାମ ଅଦ୍ଵିତୀୟ ହେବ।
ଯିଖରିୟ 14 : 10 (ORV)
ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ,ନଗର ଉନ୍ନତ ହୋଇ ବିନ୍ୟାମୀନର ଦ୍ଵାରଠାରୁ ପ୍ରଥମ ଦ୍ଵାରର ସ୍ଥାନ, ଅର୍ଥାତ୍, କୋଣର ଦ୍ଵାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ ।
ଯିଖରିୟ 14 : 11 (ORV)
ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ନୋହିବ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ ।
ଯିଖରିୟ 14 : 12 (ORV)
ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ଵା କ୍ଷୟ ପାଇବ ।
ଯିଖରିୟ 14 : 13 (ORV)
ପୁଣି, ସେଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ ।
ଯିଖରିୟ 14 : 14 (ORV)
ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ ।
ଯିଖରିୟ 14 : 15 (ORV)
ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ଵ, ଖଚର, ଉଷ୍ଟ୍ର ଓ ଗର୍ଦ୍ଦଭ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମାରୀ ଘଟିବ, ତାହା ସେହି ମାରୀ ତୁଲ୍ୟ ହେବ ।
ଯିଖରିୟ 14 : 16 (ORV)
ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ ।
ଯିଖରିୟ 14 : 17 (ORV)
ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ ।
ଯିଖରିୟ 14 : 18 (ORV)
ଆଉ, ମିସରର ଗୋଷ୍ଠୀ ଯେବେ ନ ଆସେ, ତେବେ ସେମାନଙ୍କ ଉପରେ ହିଁ ତାହା ହେବ ନାହିଁ ଯେଉଁ ଗୋଷ୍ଠୀଗଣ ପତ୍ର-କୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ଯଦ୍ଦ୍ଵାରା ଆଘାତ କରିବେ, ସେହି ମାରୀ ସେଠାରେ ଘଟିବ ।
ଯିଖରିୟ 14 : 19 (ORV)
ଏହା ମିସରର ଦଣ୍ତ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ର-କୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ତ ହେବ ।
ଯିଖରିୟ 14 : 20 (ORV)
ସେଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ଏହି କଥା ଅଶ୍ଵଗଣର ଘଣ୍ଟିରେ ଲେଖା ହେବ ଓ ସଦାପ୍ରଭୁଙ୍କ ଗୃହର ହାଣ୍ତିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ତୁଲ୍ୟ ହେବ ।
ଯିଖରିୟ 14 : 21 (ORV)
ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ତିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ତି ମଧ୍ୟରୁ ନେଇ ତହିଁରେ ପାକ କରିବେ; ପୁଣି, ସେ ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ ।

1 2 3 4 5 6 7 8 9 10 11 12 13 14 15 16 17 18 19 20 21

BG:

Opacity:

Color:


Size:


Font: